୧୦ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ହେବା ପରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ସେଲ୍‌ସିୟସ ହ୍ରାସ ପାଇବ ଏବଂ ଶୀତର ପ୍ରକୋପ ସାମାନ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ତେବେ ଆସନ୍ତା ୪/୫ ଦିନ ଯାଏ ପାଗ ଶୁଖିଲା ରହିବ। ସର୍ବନିମ୍ନ ତାପମାତ୍ରା ୧୪ରୁ ୧୬ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିବ।

Share