ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ୧୨ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା । ସେହିଭଳି ଗୁରୁବାର ଠାରୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ଗଜପତି, ଗଂଜାମ, ନୟାଗଡ ଏବଂ ଖୋର୍ଦ୍ଧା ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

Share