ନୂଆଦିଲ୍ଲୀ: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଚନ୍ଦା କୋଚ୍ଚରଙ୍କ ଅପିଲକୁ ମଙ୍ଗଳବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ବମ୍ବେ ହାଇକୋର୍ଟଙ୍କ ଏକ ଅର୍ଡରକୁ ନେଇ ଚନ୍ଦା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଅର୍ଡର ଉପରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। ସୂଚନାଯୋଗ୍ୟ, ଆଇସିଆଇସିଆଇ-ଭିଡିଓକନ ଋଣ ମାମଲାରେ ଚନ୍ଦାଙ୍କୁ ବ୍ୟାଙ୍କର ସିଇଓ ଏବଂ ଏମ୍ଡି ପଦବୀରୁ ହଟାଇ ଦିଆଯାଇଥିଲା। ଏହାକୁ ନେଇ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାତ୍ର ସୁପ୍ରିମକୋର୍ଟ ଏହି ଆବେଦନକୁ ଖାରଜ କରିଦେଇଛନ୍ତି। ଜଷ୍ଟିସ ସଞ୍ଜୟ କିଶନ କୌଲ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଅର୍ଡର ଉପରେ ହସ୍ତକ୍ଷେପ ନ କରିବାକୁ କହିଛନ୍ତି।