ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ ଅବସ୍ଥା ଗୁରୁତରଥିବାବେଳେ ାସମରନଙ୍କୁ କଟକ, ଭୁବନେଶ୍ବର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। SCB ଓ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୨ଜଣଙ୍କୁ ମୃତ ଘୋଷଣା କରିଛି।

ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ପୁରୀ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟାରେ ଡାକ୍ତର ନ ଥିବାରୁ ଆହତଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଆହତଙ୍କ ମଧ୍ୟରେ କେତେଜଣ ଛୋଟ ପିଲା ରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପ୍ରାୟ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି। ଖବରପାଇ ଜିଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସ୍ପି ପିନାକ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି।

Share