ଶିଳାନ୍ୟାସ ହେଲା, କାମ ହେଉନି

ଦେଓଗାଁ,୨୪ା୨(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଦେଷଣ୍ଡ ପଞ୍ଚାୟତ ଅନ୍ତର୍ଗତ ଚାନ୍ଦିଲି ପାହାଡକୁ ରାଜ୍ୟ ସରକାର ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ସହ ବିକାଶ ପାଇଁ ୧ କୋଟି ଟଙ୍କା ଅନୁଦାନ ଦେଇଛନ୍ତି। କିନ୍ତୁ ସରକାର ଦେଇଥିବା ଅନୁଦାନ କାମ ନ ହୋଇ ପଡି ରହିଥିବା ସ୍ଥାନୀୟ ସରପଞ୍ଚ ଯଶୋଦା ମେହେର ଅଭିଯୋଗ କରିଛନ୍ତି।
ଚାନ୍ଦିଲି ପାହାଡର ଉନ୍ନତୀକରଣ ପାଇଁ ରାଜ୍ୟ ସରକାର ମଞ୍ଜୁର କରିଥିବା ୧ କୋଟି ଟଙ୍କାର ଅନୁଦାନ ତା୨୮ା୧୨ା୨୦୨୩ରିଖରେ ଟେଣ୍ଡର ହୋଇଥିଲା। କାମ ପାଇଥିବା ଠିକାଦାର ଟେଣ୍ଡର ପାଇବାର ୩ମାସ ବିତି ଯାଇଥିଲେ ମଧ୍ୟ କାମ ଆରମ୍ଭ କରି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ପ୍ରକଳ୍ପ କାମ ଛଅମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ସରକାରୀ ସ୍ତରରେ ନିୟମ ରହିଛି। କିନ୍ତୁ ଟେଣ୍ଡର ପ୍ରକ୍ରିୟାର ତିନିମାସ ଅବଧି ବିତିଯାଇଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦେଓଗାଁ ବ୍ଲକର ବିକାଶ ପାଇଁ ସ୍ଥାନୀୟ ନେତାମାନେ ଶିଳାନ୍ୟାସ ପାଇଁ କ୍ରିୟାଶୀଳ ହେଉଥିବାବେଳେ କାମର ତପତ୍ରତା ପାଇଁ କାହାର ନଜର ନାହିଁ ବୋଲି ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି ା ଏ ନେଇ ଦେଓଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ଦାୟନିଧି ଖମାରୀଙ୍କୁ ପଚାରିବାରୁ ଟେଣ୍ଡର ପାଇଥିବା ଠିକାଦାରଙ୍କୁ ୬ମାସ ଭିତରେ କାମ ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ବ୍ୟତିକ୍ରମ ଘଟିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ବିଭାଗୀୟ ଜେ.ଇ ପ୍ରଶାନ୍ତ କୁମାର ନାଏକ କହିଛନ୍ତି କାମ କରିବାକୁ ମୁଁ ଲେଆଉଟ ଦେଇସାରିଛି। କାମରେ ଠିକାଦାର ଅବହେଳା କଲେ ତାଙ୍କ ବିରୋଧରେ ଓ.ଟି(ଓଭର ଟାଇମ ଡ୍ୟୁ) ପାଇଁ ଜିଲାପାଳଙ୍କୁ ଲେଖାଯିବ ବୋଲି କହିଥିଲେ। ବଲାଙ୍ଗୀର ଜିଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂଙ୍କୁ ପଚାରିବାରୁ କାହିଁକି କାମ ଆରମ୍ଭ ହୋଇନାହିଁ ସେ ନେଇ ବିଡିଓଙ୍କ ସହିତ ଆଲୋଚନା କରି ପଦକ୍ଷେପ ନିଆଯିବ। ଯିଏ ଅବହେଳା କରିଛି ତାଙ୍କ ବିରୋଧରେ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri