Categories: ଜାତୀୟ

ଚତୁର୍ଥଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରାବାବୁ ନାଇଡୁ: ପଓ୍ବନ କଲ୍ୟାଣ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୨।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଚନ୍ଦ୍ରାବାବୁ ନାଇଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ସିଏମ ଭାବେ ଏହା ଚନ୍ଦ୍ରାବାବୁ ନାଇଡୁଙ୍କର ଚତୁର୍ଥ ଇନିଂସ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସମେତ ଅନେକ ହେଭିଓ୍ବେଟ୍‌ ଉପସ୍ଥିତ ଥିଲେ। ନାଇଡୁ ସରକାରରେ ଟିଡିପିର ୨୧ ଜଣ ମନ୍ତ୍ରୀ, ଜନସେନାର ଦୁଇଜଣ ଏବଂ ଭାଜପାର ଜଣେ ମନ୍ତ୍ରୀ ହେଉଛନ୍ତି। ଏହାପୂର୍ବରୁ ମଙ୍ଗଳବାର ଟିଡିପି ଏବଂ ଏନଡିଏ ନାଇଡୁଙ୍କୁ ସେମାନଙ୍କର ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ।

ମଙ୍ଗଳବାର ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହେବା ପରେ ଟିଡିପି, ଭାଜପା ଏବଂ ଜନସେନା ମିଳିତ ଦଳର ନେତା ବିଜୟୱାଡା ଠାରେ ରାଜ୍ୟପାଳ ଏସ ଅବଦୁଲ ନାଜିରଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ।
ଆନ୍ଧ୍ରପ୍ରଦେଶରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଚନ୍ଦ୍ରାବାବୁ ନାଇଡୁଙ୍କ ନେତୃତ୍ୱରେ ତେଲୁଗୁ ଦେଶମ ଦଳ ସର୍ବବୃହତ ଦଳ ହୋଇପାରିଛି। ନିର୍ବାଚନରେ ପୱନ କଲ୍ୟାଣଙ୍କ ଜନସେନା ପାର୍ଟି ୨୧ଟି ଆସନ ଜିତିଛି ଏବଂ ଭାଜପା ମଧ୍ୟ ଆଠଟି ସିଟ ଜିତିଛି।

Share