ଓଷ୍ଟାର ବ୍ଲକସ୍ତରୀୟ କର୍ମକର୍ତ୍ତା ଚୟନ: ଚନ୍ଦ୍ରମଣି ବାଘ ସଭାପତି, ବ୍ରଜମୋହନ ବାରିକ ହେଲେ ସମ୍ପାଦକ

ଅମରପାଲି,୩ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ହାଇସ୍କୁଲରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ସାମ୍ବିଧାନିକ ସମ୍ମିଳନୀ ଓ ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଓଷ୍ଟାର ବ୍ଲକ ସଭାପତି ନାରାୟଣ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଭୂଷଣ କୁମାର ପାତ୍ର ମୁଖ୍ୟ ଅତିଥି ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଅମୀୟ କୁମାର ମହାନ୍ତି ମୁଖ୍ୟବକ୍ତା ଭାବେ ଯୋଗଦେଇ ଥିଲେ। ଅନ୍ୟମାନଙ୍କ ମଧ୍ୟରେ
ସଂଘର ଜିଲା ସଭାପତି ଆଖୋଜ କୁମାର ପ୍ରଧାନ ଓ ସମ୍ପାଦକ ସୁଶୀଲ ବିଶି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ବ୍ଲକର ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ନୂତନ ଭାବେ ସଙ୍ଗଠନର କର୍ମକର୍ତ୍ତା ଚୟନ କରାଯାଇଥିଲା।
ନୂତନ ସଂଗଠନର ଚନ୍ଦ୍ରମଣି ବାଘଙ୍କୁ ସଭାପତି, ସଚ୍ଚିଦାନନ୍ଦ ବରିହା ଓ ପ୍ରତିଭା ବେଦବାକଙ୍କୁ ଉପସଭାପତି, ବ୍ରଜମୋହନ ବାରିକଙ୍କୁ ସମ୍ପାଦକ, ଶାନ୍ତନୁ ମହାକୁର ଓ ମଞ୍ଜୁଲତା ଜଗଦଲାଙ୍କୁ ସହସମ୍ପାଦକ, ସନ୍ତୋଷ କୁମାର ରଥ ଓ ବୈକୁଣ୍ଠ ନାୟକଙ୍କୁ ଜିଲାପରିଷଦ ସଭ୍ୟ, ରଞ୍ଜନ କୁମାର ରାୟଙ୍କୁ ରାଜ୍ୟ ପରିଷଦ ସଭ୍ୟ ଭାବେ ମନୋନୀତ କରାଯାଇଥିଲା। ସଂଘର ପୂର୍ବ ବ୍ଲକ ସମ୍ପାଦକ ତ୍ରିପୁରାରୀ ରଥ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଚନ୍ଦ୍ର ଶେଖର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସଂଘର ସମସ୍ତ ଶିକ୍ଷକ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବବିଙ୍କ ବଡ଼ ନିଷ୍ପତ୍ତି, ରାଜନୀତିରେ ହଲଚଲ…

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ...

ଭାଜପାରେ ଗୋଷ୍ଠୀ କନ୍ଦଳ: ଗାନ୍ଧୀ ଜୟନ୍ତୀ ପାଳନବେଳେ ଉତ୍ତେଜନା, ଝାଡୁମାଡ଼

ଯାଜପୁର/ଜେନାପୁର,୩ା୧୦ (ହର୍ଷବର୍ଦ୍ଧନ ବେହେରା/ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଭାଜପାର ଗୋଷ୍ଠୀ କନ୍ଦଳ ବୁଧବାର ଉଗ୍ରରୂପ ଧାରଣ କରିଛି। ଗାନ୍ଧୀ ଜୟନ୍ତୀ ପାଳନ ବେଳେ ଦୁଇ...

ବଡ଼ଚଣା ବିଜେଡି ୩ ଫାଳ:ପୃଥକ୍‌ଭାବେ ପାଳିଲେ ଗାନ୍ଧୀ ଜୟନ୍ତୀ

ଚଣ୍ଡିଖୋଲ/ଛତିଆ,୩ା୧୦(ପ୍ରଦୀପ୍ତ କୁମାର ପୃଷ୍ଟି/ସୌମ୍ୟ ରଞ୍ଜନ ସାହୁ):ବିଜେଡି ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ପଦଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ଏଠାରେ ବିଜେଡି ପକ୍ଷରୁ ୩...

ଶୈଳପୁତ୍ରୀ ବେଶରେ ମା’ ସମଲେଶ୍ବରୀ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବରଗଡ଼,୩।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ...

ଅବ୍ୟବସ୍ଥାରେ ଲୋକାର୍ପଣ ହେଲା ଏକଲବ୍ୟ ଆଦର୍ଶ ବିଦ୍ୟାଳୟ

ଥୁଆମୂଳ ରାମପୁର,୨।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜଲା ଥୁଆମୁଳ ରାମପୁର ବ୍ଳକ ଅଧିନସ୍ଥ ଗୁଣୁପୁର ପଞ୍ଚାୟତ ସ୍ଥିତ ସାଇସୁରୁଣୀ ଗ୍ରାମରେ ହୋଇଥିବା ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ...

ପାଣି ପିଇବାକୁ ଆସି କେନାଲରେ ପଡ଼ିଗଲା ଦନ୍ତାହାତୀ: ଆଉ ତା’ପରେ

ଅମରପାଲି,୩।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ରଢିଆପାଲି ନିକଟରେ ହରିହର ଯୋର କେନାଲକୁ ପାଣି ପିଇବାକୁ ଆସି ଏକ ଦନ୍ତା ହାତୀ ପଡିଯାଇଥିଲା। ହାତୀଟି...

ଚର୍ଚ୍ଚାରେ ବିନାୟକ ରେସିଡେଣ୍ଟ କଲେଜ:ଅବହେଳା ପାଇଁ ୨୦୧୯ରେ ଜେଲ ଯାଇଥିଲେ ଅଧ୍ୟକ୍ଷ

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟସ୍ଥ ବିନାୟକ ରେସିଡେଣ୍ଟ କଲେଜରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସିଛି। ଗତ...

ରାଜରାସ୍ତାକୁ ଓହ୍ଲାଇଲା ବିଜେଡି: ସଭ୍ୟ ସଂଗ୍ରହ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଆହ୍ବାନ

ଅମରପାଲି,୩।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀଠାରୁ ଜୟ ପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରା ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri