Posted inଜାତୀୟ

ୟୁପି ଉପ-ନିର୍ବାଚନ ପୂର୍ବରୁ ବଡ଼ ଗୋଟି ଚାଳନା କଲେ ଚନ୍ଦ୍ରଶେଖର,ରାହୁଲ-ଅଖିଳେଶଙ୍କ ବଢିଲା ଟେନଶନ

ନୂଆଦିଲ୍ଲୀ,୧୦।୭: ନାଗିନାରୁ ଲୋକ ସଭା ନିର୍ବାଚନରେ ବିଜୟୀ ହୋଇଥିବା ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ଲଗାତାର ଚର୍ଚ୍ଚାରେ ରହି ଆସୁଛନ୍ତି। ଏମପି ହେବା ପରଠାରୁ ସେ ନିରନ୍ତର ସକ୍ରିୟ ଥିବା ଜଣାପଡୁଛି। ସଂସଦ ହେଉ କିମ୍ବା କୌଣସି ନ୍ୟୁଜ ଚ୍ୟାନେଲକୁ ଦିଆଯାଇଥିବା ସାକ୍ଷାତକାର ସେ କ୍ରମାଗତ ଭାବରେ ପ୍ରସଙ୍ଗଗୁଡିକୁ ଦୃଢ ଭାବରେ ଉଠାଉଥିବାର ଦେଖାଯାଉଛି। ବର୍ତ୍ତମାନ ୟୁପିରେ ୧୦ଟି ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ଚନ୍ଦ୍ରଶେଖର ଏକ ବଡ଼ ଗୋଟି ଚାଳନା କରିଛନ୍ତି, ଯେଉଁଥିରେ ଏସପି-କଂଗ୍ରେସର ଟେନଶନ ବଢିଛି।

ଭୀମ ସେନା ମୁଖ୍ୟ ଆଜାଦ କ୍ରମାଗତ ଭାବରେ ଦଳିତ ତଥା ସଂଖ୍ୟାଲଘୁ ସମ୍ପ୍ରଦାୟର ଅର୍ଥାତ ମୁସଲମାନମାନଙ୍କ ପ୍ରସଙ୍ଗକୁ ଖୋଲାଖୋଲି ଭାବେ ଉଠାଉଛନ୍ତି। ସଂସଦରେ ତାଙ୍କର ପ୍ରଥମ ଭାଷଣରେ ସେ ଦେଶର ମୁସଲମାନମାନଙ୍କ ପ୍ରତି ଅତ୍ୟାଚାର ପ୍ରସଙ୍ଗ ଉଠାଇଥିଲେ। ବର୍ତ୍ତମାନ ସେ ଜେଲରେ ଥିବା ଆଜାମ ଖାନଙ୍କ ବିଷୟରେ କହିଛନ୍ତି। ରାଜନୈତିକ ବିଶ୍ଳେଷକମାନଙ୍କ ଅନୁସାରେ, ଚନ୍ଦ୍ରଶେଖରଙ୍କ ପାଖରେ ଦଳିତ ଭୋଟ ବ୍ୟାଙ୍କ ଅଛି। ବର୍ତ୍ତମାନ ସେ ମୁସଲମାନମାନଙ୍କ ପ୍ରସଙ୍ଗ ଉଠାଇ ଭୋଟ ବ୍ୟାଙ୍କ ହାତେଇବାକୁ ଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri