ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା ମୋ ସ୍କୁଲ ନାଁ

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳାଇ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ରଖିଛନ୍ତି। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଛି।

ଓଡ଼ିଶା ସରକାର ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ଯୋଜନା (PM USHA) ପ୍ରଚଳନ କରୁଛନ୍ତି, ଯେଉଁଥିରେ ଉଚ୍ଚଶିକ୍ଷାରେ ସମାନତା, ଉପଲବ୍ଧତା ଏବଂ ଅନ୍ତର୍ଭୁକ୍ତିକରଣ ଉପରେ ଗୁରୁତ୍ବ ଦିଆଯାଇଛି । କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ୬୦:୪୦ ଅନୁପାତରେ ପାଣ୍ଠି ସହାୟତାରେ, ଗୁଣାତ୍ମକ ଶିକ୍ଷାଦାନ ଓ ଶିକ୍ଷଣ ପ୍ରକ୍ରିୟାର ବିକାଶ, ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବୀକୃତି, ସୂଚନା, ଯୋଗାଯୋଗ ଓ ପ୍ରଯୁକ୍ତି ବିଦ୍ୟା ଭିଭିକ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିବା ସହ ବହୁବିଭାଗୀୟ ପାଠ୍ୟକ୍ରମ ମାଧ୍ୟମରେ ନିଯୁକ୍ତି ଦକ୍ଷତା ବୃଦ୍ଧି କରିବା ଏହି ପଦକ୍ଷେପର ଲକ୍ଷ୍ୟ । ଏହି ଯୋଜନା ପାଇଁ ୧ ଶହ ୫୫ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ଅଛି।

ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଏକାଡେମିକ, ପ୍ରଶାସନିକ, ପାଠାଗାର, ହଷ୍ଟେଲ କୋଠା ର୍ନିମାଣ ତଥା ଭିଭିଭୂମି ବିକାଶ ପାଇଁ ୨୦୨୪-୨୫ ବଜେଟରେ ୩ ଶହ ୨୫ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି।

 

Share