ଏ ବର୍ଷ ବଦଳିବନି ସ୍କୁଲ ପୋଷାକ: ଜଣକ ପିଛା ମିଳିବ ୫୦୦ ଟଙ୍କା

ଭୁବନେଶ୍ୱର,୪।୭(ଅସମାପିକା ସାହୁ): ଶିକ୍ଷାବର୍ଷ ୨୦୨୪-୨୫ ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଣକ ପିଛା ୫୦୦ ଟଙ୍କା ମୂଲ୍ୟରେ ୨ ହଳ ବିଦ୍ୟାଳୟ ପୋଷାକ ପ୍ରଦାନ କରାଯିବ।

ତେବେ ପୂର୍ବବର୍ଷ ପରି ଚଳିତ ବର୍ଷ ମଧ୍ୟ ପୋଷାକର ରଙ୍ଗ ଓ ପରିପାଟୀରେ କୌଣସି ପରିବର୍ତ୍ତନ ହେବନାହିଁ। ଆସନ୍ତା ବର୍ଷଠାରୁ ସ୍କୁଲ ୟୁନିଫର୍ମ ପରିବର୍ତ୍ତନ କରାଯିବ ବୋଲି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ବିଜ୍ଞପ୍ତି ଅନୁସାରେ, ସମସ୍ତ ଛାତ୍ରମାନଙ୍କୁ ଦୁଇ ହଳ ପ୍ୟାଣ୍ଟ ଓ ଧଳାଶାର୍ଟ ଯୋଗାଇ ଦିଆଯିବ। ତେବେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କୁ ଦୁଇ ହଳ ଫ୍ରକ୍‌ ଓ ଷଷ୍ଠ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀମାନଙ୍କୁ ଏକ ହଳ କମିଜ, ଶାଲୱାର ଓ ଓଢ଼ଣୀ ଯୋଗାଇ ଦିଆଯିବ।

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତର ଅର୍ଥାତ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ତାଙ୍କ ପୋଷାକ ବାବଦରେ ଉଦ୍ଦିଷ୍ଟ ଅର୍ଥ ସେହିସବୁ ବିଦ୍ୟାଳୟକୁ ପ୍ରଦାନ କରାଯାଇ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପୋଷାକ ବିତରଣ କରାଯିବ। ପୋଷାକର ରଙ୍ଗ ଓ ଗୁଣାବତ୍ତା ଉପରେ ବିଶେଷ ଧ୍ୟାନ ଦିଆଯିବ। ପୋଷାକ ବଣ୍ଟନ ସମୟରେ ଠିକ ଭାବେ ସମସ୍ତ ଛାତ୍ରୀଛାତ୍ରଙ୍କ ନାମ ଶ୍ରେଣୀୱାରୀ ଖାତାରେ ଉଲ୍ଲେଖ କରାଯିବ। ତେବେ ସମସ୍ତ ଶ୍ରେଣୀର ପୋଷାକ ବଣ୍ଟନ ପ୍ରକ୍ରିୟା ଜୁଲାଇ ୩୦ ସୁଦ୍ଧା ଶେଷ କରାଯିବ। ଜିଲା ଶିକ୍ଷାଧିକାରୀ, ଜିଲା ପ୍ରକଳ୍ପ, ଗୋଷ୍ଠୀ ଶିକ୍ଷାଧିକାରୀ ଏହି ପୋଷାକ ବିତରଣ ପ୍ରକ୍ରିୟାକୁ ତଦାରଖ କରିବା ସହ ଏହାର ସ୍ବଚ୍ଛତା ଓ ନିରପେକ୍ଷତା ଉପରେ ଅଧିକ ଗୁରୁତ୍ତ୍ୱ ଦେବାକୁ କୁହାଯାଇଛି।

ତେବେ ପ୍ରତି ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ମାର୍ଗଦର୍ଶିକା ଅନୁସାରେ ସମସ୍ତ ପିଲା ଉତ୍ତମମାନର ପୋଷାକ ପାଇଛନ୍ତି ବୋଲି ଏକ ପ୍ରମାଣପତ୍ର ଦେବେ। ପ୍ରତି ୭ ଦିନ ଅନ୍ତରରେ ପୋଷାକ ବିତରଣ ସମ୍ବନ୍ଧୀୟ ସୂଚନା ସରକାରଙ୍କ ନିକଟରେ ଦାଖଲ ହେବ। ଏନେଇ ଜିଲା ସ୍ତରରେ ଜିଲା ଶିକ୍ଷାଧିକାରୀ ତଥ୍ୟ ସଂଗ୍ରହ କରିବେ। ସ୍କୁଲ ପୋଷାକ ବଣ୍ଟନରେ ଅନିୟମିତତା ନଜରକୁ ଆସିଲେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ସମସ୍ତ ଜିଲା ଶିକ୍ଷାଧିକାରୀ ଓ ସମସ୍ତ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri