Posted inଜାତୀୟ

ଚେତାବନୀ ପରେ ରିସର୍ଟକୁ ଫେରିଲେ  ୬ ବିଧାୟକ

ଜୟପୁର,୫।୬: ରାଜ୍ୟ ସଭା ନିର୍ବାଚନ ଆସନ୍ତା ୧୦ ତାରିଖରେ ହେବାକୁ ଥିବାବେଳେ ଘୋଡ଼ାବେପାର ଆଶଙ୍କାରେ ରାଜସ୍ଥାନ କଂଗ୍ରେସ ଏହାର ବିଧାୟକମାନଙ୍କୁ ଉଦୟପୁରସ୍ଥିତ ତାଜ ଆରାବଳି ରିସର୍ଟରେ ରଖିଛି। ଗତ ଗୁରୁବାର ସେମାନେ ଏକ ବସ୍‌ରେ ଉଦୟପୁର ଯାଇଥିଲେ। ତେବେ ରିସର୍ଟ ଯାଇ ନ ଥିବା ୬ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଚେତାବନୀ ପରେ ସେମାନେ ରବିବାର ରିସର୍ଟକୁ ଫେରିଛନ୍ତି।

ଭିନ୍ନ ମତ ରଖିଥିବା ଏହି ୬ ଜଣଙ୍କ ମଧ୍ୟରେ ଜଣେ ମନ୍ତ୍ରୀ ରହିଛନ୍ତି। ସେମାନେ ଶନିବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଏକ ଘରୋଇ ବିମାନରେ ଉଦୟପୁର ଯାଇଥିଲେ। ରିସର୍ଟଠାରୁ ଦୂରେଇ ରହିଥିବା ଏହି ବିଧାୟକମାନେ କ୍ରସ୍‌ଭୋଟିଂ କରିବା ସମ୍ଭାବନା ଥିବାରୁ ସରକାରଙ୍କ ମୁଖ୍ୟ ହୁଇପ୍‌ ତଥା କ୍ୟାବିନେଟ ମନ୍ତ୍ରୀ ମହେଶ ଜୋଷୀ ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବିକୁ ପତ୍ର ଲେଖି ଘୋଡ଼ାବେପାର ଉଦ୍ୟମ ଅଭିଯୋଗର ତଦନ୍ତ କରିବାକୁ ଅନୁରୋଧ କରିଥିଲେ। କ୍ରସ୍‌ ଭୋଟିଂ କରିବାକୁ ଚାହୁଁଥିବା କଂଗ୍ରେସ ଓ ସହଯୋଗୀ ଦଳର ବିଧାୟକମାନଙ୍କ ପାଇଁ ଏହା ଏକ ଚେତାବନୀ ବୋଲି ଦଳୀୟ ମହଲରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image