ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ ଧରି ଅନବସର ଘରେ ଜ୍ବରରେ ପୀଡ଼ିତ ଥିବା ବିଗ୍ରହମାନେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବା ପରେ ଆଜି ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି। ସକାଳୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମଙ୍ଗଳ ଆଳତି ଓ ଅନ୍ୟାନ୍ୟ ନୀତିକାନ୍ତି ସମାପନ ପରେ ନବଯୌବନ ଦର୍ଶନ ଆରମ୍ଭ ହୋଇଥିଲା। ନିର୍ଦ୍ଧାରିତ ନୀତି ନିର୍ଘଣ୍ଟରେ ପରିମାଣିକ ଓ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ତେବେ ଦୀର୍ଘ ୧୫ ଦିନ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ଭକ୍ତଗଣ ଭାବବିହ୍ବଳ ହୋଇପଡ଼ିଥିଲେ। ନବଯୌବନ ଦର୍ଶନ ପରେ ଆଜି ଅପରାହ୍ନରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇଛନ୍ତି। ତେବେ ଚିତ୍ରଡ଼ା ରଥ ପରମ୍ପରା ଅନୁଯାୟୀ, କାଲି ରଥାଟଣା ଆରମ୍ଭ ହୋଇ ବ୍ଲକ ଛକ ନିକଟରେ ଠାକୁର ଗୋଟିଏ ରାତି ରହଣି କରିବା ପରେ ତା’ପର ଦିନ ପୁଣି ରଥାଟଣା ହୋଇ ମାଉସୀମା ମନ୍ଦିରରେ ପହଞ୍ଚିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ...

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri