ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା, ଗର୍ଭପାତ: ବନ୍ଧା ହେଲେ ସମିତିସଭ୍ୟଙ୍କ ପୁଅ, କ୍ୱାକ୍‌

ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଓ ପରେ ପ୍ରତାରଣା କରିବା ଏବଂ ଗର୍ଭପାତ କରାଇବା ଅଭିଯୋଗରେ ୨ଜଣଙ୍କୁ ଗିରଫ କରିଛି ପୋଲିସ। ସେମାନେ ହେଲେ ଗ୍ରୀନବାଡ଼ି ସମିତିସଭ୍ୟଙ୍କ ପୁଅ ଆକାଶ ପ୍ରଧାନ ଓ ଗର୍ଭପାତ କରାଇଥିବା କ୍ୱାକ୍‌ ଅଶୋକ ସାହୁ।
ଶ୍ରାନିକେତା ପଞ୍ଚାୟତ ସୁଗାନକେତା ଅଞ୍ଚଳର ଜଣେ ଯୁବତୀଙ୍କ ସହ ଆକାଶଙ୍କର ପରିଚୟ ହୋଇଥିଲା। ଯୁବତୀ ଜଣକ ଭୁବନେଶ୍ୱରରେ ରହି କୌଣସି ଏକ କମ୍ପାନୀରେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କାମ ବନ୍ଦ ପରେ ଗତ ମାର୍ଚ୍ଚରେ ଘରକୁ ଆସିଥିଲେ। ବିବାହର ପ୍ରଲୋଭନ ଦେଖାଇ ଆକାଶ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ। ଯୁବତୀ ଜଣକ ଗର୍ଭବତୀ ହେବାପରେ ବାହାହେବାକୁ ଜିଦ୍‌ ଧରିଥିଲେ। ମାତ୍ର ଆକାଶ ବିବାହିତ ଓ ତାଙ୍କର ଏକ ସନ୍ତାନ ଥିବାରୁ ସେ ବାହା ହେବାକୁ ମନା କରିଥିଲେ। ପରେ ଯୁବତୀଙ୍କୁ ଜୋରଜବରଦସ୍ତ ଦାରିଙ୍ଗବାଡ଼ି ନେଇ କ୍ୱାକ୍‌ ଅଶୋକ ସାହୁଙ୍କ ଦ୍ୱାରା ଗର୍ଭପାତ କରାଇଥିଲେ। ଏନେଇ କାହାକୁ କହିଲେ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ। ଯୁବତୀ ଜଣକ ରବିବାର ଏନେଇ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମାମଲା (ନଂ.୮୧/୨୦) ରୁଜୁ କରି ପୋଲିସ ତଦନ୍ତ ପରେ ଆକାଶ ଓ ଅଶୋକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି। ଦାରିଙ୍ଗବାଡି କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri