Posted inଖେଳ

୫ ମ୍ୟାଚରେ ପରାଜୟ ପରେ ବିଜୟ ସ୍ବାଦ ଚାଖିଲା ଚେନ୍ନାଇ

ଲକ୍ଷ୍ନୌ,୧୫ା୪: ଲଗାତର ୫ ମ୍ୟାଚରେ ପରାଜୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ବିଜୟ ସ୍ବାଦ ଚାଖିଛି। ସୋମବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ସିଏସ୍‌କେ ୫ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ ଧାର୍ଯ୍ୟ ୧୬୭ ରନର ଟାଗେର୍ଟକୁ ସିଏସ୍‌କେ ୧୯.୩ ଓଭରରେ ୫ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହା ଚେନ୍ନାଇର ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଲକ୍ଷ୍ନୌ ଲାଗି ଏହା ତୃତୀୟ ପରାଜୟ।

ପାଇ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୬୬ ରନ କରିଥିଲା। ଦଳ ପକ୍ଷରୁ ଅଧିନାୟକ ରିଷଭ ପନ୍ତ ସର୍ବାଧିକ ୬୩ (୪ ଲେଖାଏ ଚୌକା ଓ ଛକା) ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମିଚେଲ ମାର୍ଶ ୩୦ (୨ ଲେଖାଏ ଚୌକା ଓ ଛକା), ଆୟୂଷ ବଦୋନୀ ୨୨ ଓ ଅବଦୁଲ ସମଦ ୨୦ ରନ କରିଥିଲେ। ଚେନ୍ନାଇ ପକ୍ଷରୁ ରବୀନ୍ଦ୍ର ଜାଡେଜା ଓ ମାଥିଶା ପାଥିରାନା ଦୁଇ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପଦାର୍ପଣକାରୀ ଶେଖ ରଶିଦ ଓ ରାଚିନ ରବୀନ୍ଦ୍ର ସିଏସ୍‌କେକୁ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ୪.୫ ଓଭରରେ ୫୨ ରନ କରିଥିଲେ। ରଶିଦ ୬ ଚୌକା ସହିତ ୨୭ ଓ ରାଚିନ ୫ ଚୌକା ସହ ୩୭ ରନ କରି ଆଉଟ୍‌ ହୋଇଥିଲେ। ଦୁହେଁ ଆଉଟ୍‌ ହେବା ପରେ ଦଳ କ୍ରମାଗତ ବ୍ୟବଧାନରେ ୩ଟି ଉଇକେଟ ହରାଇଥିଲା। ରାହୁଲ ତ୍ରିପାଠୀ (୯), ରବୀନ୍ଦ୍ର ଜାଡେଜା (୭) ଓ ବିଜୟ ଶଙ୍କର (୯) ଫେଲ ମାରିଥିଲେ। ଏହାପରେ ଶିଭମ ଦୁବେ ଓ ମହେନ୍ଦ୍ର ସିଂ ଧୋନୀ ଷଷ୍ଠ ଉଇକେଟରେ ୫୭ ରନ ଯୋଡ଼ି ଦଳକୁ ଜିତାଇଥିଲେ। ଦୁବେ ୩ ଚୌକା ଓ ୨ ଛକା ସହିତ ୪୩ ଓ ଧୋନୀ ୪ ଚୌକା ଓ ୧ ଛକା ସହିତ ୨୬ ରନ କରି ଅପରାଜିତ ରହିଥିଲେ। ଲକ୍ଷ୍ନୌ ପକ୍ଷରୁ ରବି ବିଷ୍ଣୋଇ ଦୁଇଟି ଉଇକେଟ ନେଇଥିବା ବେଳେ ଆଭେଶ ଖାନ ଓ ଏଡେନ ମାରକ୍ରାମ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।

ଶିଭମ୍‌-ଧୋନୀ ଜିତାଇଲେ ମ୍ୟାଚ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri