ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଶନିବାର ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Share