‘ମୟୂରଭଞ୍ଜକୁ ପରିଚୟ ଦେଇଛନ୍ତି ଛଉ କଳାକାର’

ବାରିପଦା ଅଫିସ,୧୨ା୪ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ସୋମବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ପ୍ରସିଦ୍ଧ ଛଉ ନୃତ୍ୟର ପ୍ରଚାର ପ୍ରସାର ଦିଗରେ ପ୍ରଶାସନ ପକ୍ଷରୁ ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ ୟୁଟ୍ୟୁବ ଚ୍ୟାନେଲରେ ଏହା ସିଧାପ୍ରସାରିତ ହେଉଛି। ଜିଲାପାଳ ବିନୀତ ଭରଦ୍ୱାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜସ୍ବ, ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ କଳା ଓ କଳାକାରରେ ଭରପୁର ମୟୂରଭଞ୍ଜ ମାଟିକୁ ପରିଚିତ କରିବାରେ ଛଉ ନୃତ୍ୟ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜିଲା ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକ ରହିଛି ବୋଲି କହିଥିଲେ। ମୋରଡା ବିଧାୟକ ରାଜକିଶୋର ଦାସ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଅମଳରୁ ପ୍ରଚଳିତ ଛଉ ପରମ୍ପରାକୁ ଉଜ୍ଜୀବିତ କରି ସମର କଳାର ନିଦର୍ଶନ ପୂର୍ବକ ବିଶ୍ବ ଦରବାରରେ ପ୍ରସିଦ୍ଧି ଲାଭ କରିପାରିଛି। ଭାରତବର୍ଷରେ ଛଉକୁ ଲୋକକଳାର ମହାରାଣୀ ବୋଲି ଆଖ୍ୟା ଦିଆଯାଇଛି। ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ସାରସକଣା ବିଧାୟକ ଡା. ବୁଢାନ ମୁର୍ମୁ, ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ୍‌ , ଅତିରିକ୍ତ ଜିଲାପାଳ ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ପର୍ବ ୩ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ବେଳେ ୫ଦିନ ଧରି ପଲ୍ଲିଶ୍ରୀ ମେଳା ଆରମ୍ଭ ହୋଇଛି। ଏଥିରେ ୨୮ଟି ଜିଲାରୁ ଆସିଥିବା ଡିଆରଡିଏ, ଓରମାସ୍‌, ବୟନ ଓ ହସ୍ତତନ୍ତ ଶିଳ୍ପ, ଖଦୀ ଓ ଗ୍ରାମ୍ୟ ଉଦ୍ୟୋଗୀମାନଙ୍କ ଦ୍ୱାରା ଉପତ୍ାଦିତ ଦ୍ରବ୍ୟ ସାମଗ୍ରୀ ଓ କୁଟୀର ଶିଳ୍ପ କାରୁକାର୍ଯ୍ୟ ସାମଗ୍ରୀଗୁଡିକ ମେଳାରେ ପ୍ରଦର୍ଶନ କରାଯାଇଛି ା ମୋଟ ୧୪୫ ଷ୍ଟଲ ନିର୍ମାଣ ସହିତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି ା ପ୍ରଥମ ସନ୍ଧ୍ୟାରେ ଗ୍ରାମାଞ୍ଚଳରୁ ଆସିଥିବା ୧୩ ନୃତ୍ୟ ଦଳ ନିଜର କଳା ପ୍ରଦର୍ଶନ କରିଛନ୍ତି। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri