ରାଜ୍ୟର ୪ ଜିଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସେବାର ଶୁଭାରମ୍ଭ କରିବେ । ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲାର ରୋଗୀ ଏହି ବାୟୁ ସ୍ବାସ୍ଥ୍ୟସେବା ପାଇବେ । ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି, ନୂଆପଡ଼ା ଜିଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ। ଆବଶ୍ୟକସ୍ଥଳେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ । ଉପାନ୍ତ ଅଞ୍ଚଳରେ ଯୋଗାଯୋଗ ସୁବିଧା ନ ଥିବାରୁ ଏହା ବେଶ ସହାୟକ ହେବ । ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଦ୍ୱାରା ଉପାନ୍ତ ଅଞ୍ଚଳର ଲୋକେ ସହଜରେ ଚିକିତ୍ସା ସେବା ପାଇ ପାରିବେ ।

Share