ଗୋସମ୍ପଦ ମାଲିକଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬(ଅସମାପିକା ସାହୁ): କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁରେ ବିଦ୍ୟୁତ ଆଘାତରେ ୬ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ହୋଇଛି।
ଏହି ଘଟଣାରେ ଗୋସମ୍ପଦର ମାଲିକମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଟିପିସିଓଡିଏଲକୁ ସହାୟତା ଦେବାକୁ ଆଦେଶ ଦେଇଛନ୍ତି।
ଓଇଆର୍‌ସିର ନିୟମ ଅନୁଯାୟୀ, ଏହି ମାମଲାରେ ମାଲିକମାନଙ୍କୁ କ୍ଷତିପୂରଣ ମିଳିବା ଆବଶ୍ୟକ। ଏହି ନିୟମ ଅନୁଯାୟୀ, ଗାଈ ମାଲିକଙ୍କୁ ୩୦ ହଜାର, ବଳଦ ମାଲିକଙ୍କୁ ୨୫ ହଜାର ଓ ବାଛୁରୀ ମାଲିକଙ୍କୁ ୧୬ ହଜାର ଟଙ୍କା ସହାୟତା ମିଳିବ। ଫଳରେ ୬ଟି ପ୍ରାଣୀଙ୍କ ୬ ଜଣ ମାଲିକ ସମୁଦାୟ ୧,୪୭,୦୦୦ ଟଙ୍କା ସହାୟତା ପାଇବେ।

Share