ଆଥ୍‌ଲେଟଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସିଆନ ପାରା ଗେମ୍ସର ଆଥ୍‌ଲେଟ୍ସଙ୍କ ପାଇଁ ଶୁକ୍ରବାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ୭ ଜଣ ଓଡ଼ିଆ ପାରା ଆଥ୍‌ଲେଟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ଆସନ୍ତା ୨୨ରୁ ଚାଇନାର ହାଙ୍ଗଝୋରେ ଏସିଆନ ପାରା ଗେମ୍ସ ଆରମ୍ଭ ହେଉଛି। ସେଠାରେ ସଫଳତା ପାଇଁ ପାରା ଆଥ୍‌ଲେଟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭକାମନା ଜଣାଇଛନ୍ତି । ଓଡ଼ିଶାରୁ ଯାଉଥିବା ପାରା ଆଥ୍‌ଲେଟ୍ସମାନେ ହେଲେ ପ୍ରମୋଦ ଭଗତ, ଜୟନ୍ତୀ ବେହେରା, ସୌନ୍ଦର୍ଯ୍ୟ କୁମାର ପ୍ରଧାନ, ରଖାଲ କୁମାର ସେଠୀ, ଭି. ରମେଶ ରାଓ, ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ ଏବଂ ପୂଜାସ୍ବିନୀ ନାୟକ। ସେମାନେ ଏସିଆନ ପାରା ଗେମ୍ସକୁ ମନୋନୀତ ହେବା ପାଇଁ କଠିନ ପରିଶ୍ରମ କରିଛନ୍ତି। ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏସିଆନ ପାରା ଗେମ୍ସ-୨୦୨୨ ପାଇଁ ଯୋଗ୍ୟତା ଅର୍ଜନ ସକାଶେ ଅକ୍ଳାନ୍ତ ପରିଶ୍ରମ କରିଥିବା ଆମ ପାରା ଆଥ୍‌ଲେଟମାନଙ୍କ ପାଇଁ ଆମେ ଗର୍ବିତ। ଗେମ୍ସରେ ମଧ୍ୟ ଭଲ ପ୍ରଦର୍ଶନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri