ଭୁବନେଶ୍ବର,୨୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ନୂତନ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା କରିଥିଲେ।
ଏଥିରେ ବୀରମହାରାଜପୁର ଏଥିରେ ସାମିଲ ହେବା ଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି। ବୀରମହାରାଜପୁରକୁ ଏନଏସି ମାନ୍ୟତା ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ଲହରି ଖେଳି ଯାଇଛି।