ବିଭିନ୍ନ ବିଭାଗରେ ୧୨୯୪ ନୂତନ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨ଶହ ୯୪ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ଆଜି ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇଛନ୍ତି। ଅର୍ଥ ବିଭାଗରେ ମୋଟ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି। ସେହିଭଳି ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି।

ସେହିଭଳି କ୍ରୀଡ଼ା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତୀ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯାଇଛି। ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

Share