୨ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ୨ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ଦୁଇଟି ନୂଆ ପ୍ରକଳ୍ପ ହେଉଛି ଇଏସଆଇ ହସ୍ପିଟାଲ। କେନ୍ଦୁଝର ଓ ସୋନପୂର ସହରରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବ।
ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share