ବିଏମ୍‌ସି ପାଇଁ ୪୧୬ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୮(ଅସମାପିକା ସାହୁ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ୱରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସମ୍ପନ୍ନ ସହରର ଐତିହାସିକ ମର୍ଯ୍ୟାଦାର ସୁରକ୍ଷା ଦିଗରେ ଭୁବନେଶ୍ୱର ମହାନଗର ନିଗମର ଗୁରୁଦାୟିତ୍ୱ ରହିଛି।

କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ୱ ନିୟମିତ ଭାବେ ବଢ଼ିଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ଏହାଦ୍ବାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ, ପୂର୍ବରୁ ବିଏମ୍‌ସିରେ ୨୧୦ଟି ଅନୁମୋଦିତ ପଦବୀ ଥିବା ବେଳେ ଏହି ଅତିରିକ୍ତ ୪୧୬ଟି ପଦବୀ ସୃଷ୍ଟି ଦ୍ବାରା ଏହାର ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି।

Share