Advertisement

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ, ଏହି ଜଘନ୍ୟ  ଅପରାଧୀଙ୍କ ବିରୋଧରେ ପୋଲିସ ଦୃଢ଼ ତଥା ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

ସୂଚନାଯୋଗ୍ୟ, ଖଲ୍ଲିକୋଟରେ ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀ ୭ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share