ଦୀପାଳିଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିପୁଳ ଭୋଟ୍‌ରେ ବିଜୟୀ ହୋଇଛନ୍ତି। ଏହି ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍‌ ଯୋଗେ ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ା ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି।

Share