ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬: ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଏହି ପବିତ୍ର ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।

Share