ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଲକ୍ଷ ଟଙ୍କା ଲେଖାଏର ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ଅର୍ଥାତ୍ ପ୍ରତି ଆଥ୍ଲେଟ ୧୦ ଲକ୍ଷ ଟଙ୍କା ଲେଖାଏ ପାଇବେ। ଏସିଆନ ଗେମ୍ସ ଏସିଆ ମହାଦେଶର ସବୁଠାରୁ ବଡ଼ ପ୍ରତିଯୋଗିତା। ଏଥିପାଇଁ ଯୋଗ୍ୟତା ଅର୍ଜନ କରିଥିବା ଏଲିଟ ଆଥ୍ଲେଟମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶନର ଉପଯୁକ୍ତ ପ୍ଲାଟଫର୍ମ ପାଇଥାନ୍ତି। ଆସନ୍ତା ଏସିଆନ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶା ଆଥ୍ଲେଟମାନେ ହେଲେ କିଶୋର କୁମାର ଜେନା (ଆଥ୍ଲେଟିକ୍ସ), ଆଂଶିକା ଭାରତୀ, ରିତୁ କୌଡ଼ି ଓ ସୋନାଲି ସ୍ବାଇଁ (ରୋଇଂ), ଅନୁପମା ସ୍ବାଇଁ (ଜୁ-ଜିଟ୍ସୁ), ନେହା ଦେବୀ ଲେଇଚୋନଡାମ (କାୟାକିଂ ଆଣ୍ଡ କାନୋଇଂ), ପ୍ୟାରୀ ଖାଖା (ଫୁଟବଲ), ଦୀପ୍ ଗ୍ରେସ୍ ଏକ୍କା ଓ ଅମିତ ରୋହିଦାସ (ହକି) ଏବଂ ଡୁମୁନି ମାର୍ଣ୍ଡି, ତରୁଲତା ନାଏକ, ମାମା ନାଏକ ଓ ହୁପି ମାଝି (ରଗ୍ବୀ)। ଆର୍ଥିକ ପ୍ରୋତ୍ସାହନ ଓଡ଼ିଶା ପ୍ରତିଯୋଗୀଙ୍କ ଟ୍ରେନିଂ ପାଇଁ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏଥିସହ ପ୍ରତିଯୋଗୀମାନେ ଆଗାମୀ ମେଗା ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ କରିବାନେଇ ସେ ଶୁଭକାମନା ଜଣାଇଛନ୍ତି।
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
Archives


