ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୫।୧୦: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି। ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ସେହିପରି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସୂଚନାଯୋଗ୍ୟ, ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣନ୍ତି। ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଥିଲା।