ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦର୍ଶନୀ ପଡ଼ିଆରେ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ ଓଡ଼ିଶାର ବୀରପୁତ୍ରଙ୍କୁ ମନେପକାଇବା ସହ ସମ୍ମାନ ଜଣାଇଛନ୍ତି। ଏଥିସହ ବୀର ଯବାନ ଓ ଶହୀଦ କରୋନା ଯୋଦ୍ଧାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଦେଶ ଓ ରାଜ୍ୟରେ ଜାରି ରହିଥିବା କରୋନା ସଙ୍କଟର ମୁକାବିଲା ପାଇଁ ସାହାସର ସହ କାମ କରିବାକୁ ସେ ଆହ୍ବାନ ଦେଇଛନ୍ତି। କରୋନା ମୁବାବିଲା ଲାଗି ବିଭିନ୍ନ ଜିଲାରେ କୋଭିଡ ହସ୍ପିଟାଲ ରହିଛି। ଏଥିସହ ରାଜ୍ୟରେ ପ୍ଲାଜମା ଥେରାପି ଚିକିତ୍ସା ପାଇଁ ପ୍ଲାଜମା ବ୍ୟାଙ୍କ ମଧ୍ୟ ଖୋଲାଯାଇଛି ବୋଲି ନବୀନ କହିଛନ୍ତି। ତେବେ ଅର୍ଥ ଅଭାବରୁ କେହି କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିଜ ସମ୍ବୋଧନରେ କହିଛନ୍ତି। କରୋନା ଯୋଦ୍ଧାଙ୍କ ସେବା ଅତୁଳନୀୟ, ସେମାନଙ୍କ ପାଇଁ ଦେଶରେ ମୃତ୍ୟୁହାର କମ୍‌ ରହିଛି। କେବଳ ଦେଶରେ ନହେଁ ସାରା ବିଶ୍ୱ ପାଇଁ ସଙ୍କଟ ଆଣିଛି କରୋନା। ଏଥିପାଇଁ ଶିକ୍ଷା, ସ୍ବାସ୍ଥ୍ୟ, ଅର୍ଥନୀତି, ପରିବହନ ଓ ପର୍ଯ୍ୟଟନ ପ୍ରଭାବିତ ହୋଇଛି। କରୋନା ପାଇଁ ବିଶ୍ୱର କୋଟି କୋଟି ଲୋକ ନିଜର ଜୀବିକା ହରାଇଛନ୍ତି। ଭାକ୍ସିନ ଆସିଲେ ଯାଇ କରୋନା ନିୟନ୍ତ୍ରଣ ହୋଇପାରିବ। ଖୁବ୍‌ଶୀଘ୍ର ଦେଶରୁ କରୋନା ମୁକ୍ତ ହେବ ବୋଲି ବିଶ୍ୱାସ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri