ଭବାନୀପାଟଣା,୧୪।୧(ଡି.ଏନ୍.ଏ.) : ଦୀର୍ଘ ୯ ମାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧.୩୦ରେ ହେଲିପ୍ୟାଡ୍ରେ ଓହ୍ଲାଇବା ପରେ ଏକ କାର୍ରେ ସଭାସ୍ଥଳରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସଭାସ୍ଥଳରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।
ମୁଖ୍ୟମନ୍ତ୍ରୀ ଆଜି ଜୟପାଟଣା ବ୍ଲକ କନକପୁରରେ୨୦୮୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହି କାର୍ଯ୍ୟକ୍ରମରେ ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ସମେତ ବହୁ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଅଛନ୍ତି। ସେହିପରି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ୨୫ ଶହ କୋଭିଡ୍ ନେଗେଟିଭ ଥିବା ଲୋକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସୂଚନା ମିଳିଛି।