କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବୁଲିଲେ ପୂଜା ମଣ୍ଡପ

କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୩ ଦିନିଆ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏକ ସ୍ବତନ୍ତ୍ର ବିମାନରେ ବାହାରି ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ଥିଲେ। ସେଠାରେ ଦଳୀୟ କର୍ମକର୍ତ୍ତା ଏବଂ ବିଭିନ୍ନ ସଙ୍ଗଠନର ନେତୃବୃନ୍ଦ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ପରେ ତାଙ୍କୁ ଏକ ଶୋଭାଯାତ୍ରାରେ କେନ୍ଦୁଝର ଆଣିଥିଲେ।

ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ସାଇ ବାବାଙ୍କ ମନ୍ଦିରରେ ପହଞ୍ଚି ଦର୍ଶନ କରିଥିଲେ। ପରେ ସେ ବିଭିନ୍ନ ଦୁର୍ଗା ପୂଜା ମଣ୍ଡପରେ ପହଞ୍ଚି ମା’ଙ୍କୁ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଗୁଜୁରାଟୀ ସମାଜ ପକ୍ଷରୁ ଆୟୋଜିତ ନବରାତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ସ୍ଥାନୀୟ ସର୍କିଟ ହାଉସରେ ରାତିରେ ବିଶ୍ରାମ ପରେ ରବିବାର ନିଜ ଗ୍ରାମ ରାଇକଳା ସମେତ ଅନ୍ୟାନ୍ୟ ଅଞ୍ଚଳ ଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ

ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ...

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି...

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri