୧୩ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡ଼ି,୨୯।୧(ଅରୁଣ ସାହୁ): ରାଜ୍ୟର ବିଭିନ୍ନ ଜିଲାରେ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବାକି ରହିଥିବା ୧୩ଟି ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ କରାଯାଉଛି। ସୋମବାର ସନ୍ଧ୍ୟାରେ ବିଦ୍ୟାଳୟଗୁଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚ୍ୟୁଆଲ ମାଧ୍ୟମରେ ଏହାର ଉଦ୍‌ଘାଟନ କରିଛନ୍ତି। ତାଙ୍କ ସହ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ରହିଥିଲେ।

ବ୍ଲକର ସରୋଜିନୀ ନାଇ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରୀମାନେ ଯୋଗ ଦେଇଥିଲେ। ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ରଙ୍କ ସୂଚନା ଅନୁଯାୟୀ, ବ୍ଲକର ବାଡାବାଙ୍ଗା ପଞ୍ଚାୟତ କଟାସିଂ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମେତ ବ୍ରାହ୍ମଣୀଗାଁର ପ୍ରଭାତୀତାରା ବାଳିକା ଉଚ୍ଚ ବିଦ୍ୟାଳୟ, ଦାରିଙ୍ଗବାଡି ଲାଲ ବାହାଦୁର ବିଦ୍ୟାପୀଠ, ଦାସିଙ୍ଗବାଡି ଆଦିବାସୀ ଉଚ୍ଚ ବିଦ୍ୟାଳୟ, ଧୂସରିଗାଁର ସରକାରୀ ଉଚ୍ଚ ବିଦ୍ୟାଳୟ, ଗ୍ରୀନବାଡି ସରୋଜିନୀ ନାଇ ବାଳିକା ଉଚ୍ଚ ବିଦ୍ୟାଳୟ, ମିଞ୍ଜାପାଙ୍କା, କଟାବାଡି, ସୁଜାମାଜୁରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ସହ ବୁଡ଼ାଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ତାଜୁଙ୍ଗିଆ ଆଇଜକ ବେହେରା ଉଚ୍ଚ ବିଦ୍ୟାଳୟ, ଦାରିଙ୍ଗବାଡି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଝିଞ୍ଜିରୀଗୁଡା ପଞ୍ଚାୟତ ଉଲିପଦର ବାଳିକା ଉଚ୍ଚ ବିଦ୍ୟାଳୟର ଶୁଭ ଉଦ୍‌ଘାଟନ ହୋଇଯାଇଛି।

ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର ପାତ୍ରଙ୍କ ନେତୃତ୍ୱରେ କନିଷ୍ଠ ଯନ୍ତ୍ରୀ ତୁଷାର ସେଠୀ, ଧିରେନ ସେଠୀ, ଗୋପୀନାଥ ପଲାଇ, ସୁଜିତ ସେଠୀ, ସୁଶାନ୍ତ ପ୍ରଧାନ, ମନୋଜ ପୃଷ୍ଟି ପ୍ରମୁଖ ଏହି ରୂପାନ୍ତରଣ କାର୍ଯ୍ୟ ସମ୍ପାଦନା କରିଛନ୍ତି। ଏଥିସହ ବାଲିଗୁଡା ଜନଜାତି ଉନ୍ନୟନ ସଂସ୍ଥା ପକ୍ଷରୁ ମଧ୍ୟ କିଛି ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ ସମ୍ପାଦନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri