ବରଗଡ଼ରେ ନବର୍ନିମିତ ଥାନା କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ପରିସରରେ ନବ ନିର୍ମିତ ନୂତନ ଥାନା କାର୍ଯ୍ୟାଳୟ ଶୁକ୍ରବାର ଉଦଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ଏହାକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ନୂତନ ଥାନା କାର୍ଯ୍ୟାଳୟ ପରିସରରେ ବରଗଡ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ବରଗଡ଼ ଏସ୍‌ପି ପ୍ରହଲ୍ଲାଦ ସହାୟ ମିନା, ଅତିରିକ୍ତ ଏସ୍‌ପି ସୌରଭ ଓତା, ଏସ୍‌ଡିପିଓ ପଦରାବିନ୍ଦ ତ୍ରିପାଠୀ, ବିଡିଓ ତ୍ରିପୁର ମହାନନ୍ଦ, ଭେଡେନ ବ୍ଲକ ଅଧ୍ୟକ୍ଷା ସୁପ୍ରଭା ମହାଳିଙ୍ଗ,ଏଡିଏମ ମଧୁଛନ୍ଦା ସାହୁ, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ସୁରେଶ୍ୱର ଶତପଥୀ, ଅତାବିରା ଥାନା ଅଧିକାରୀ ସୁକୁମାର ତ୍ରିପାଠୀ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଭେଡେନ ଥାନାର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri