ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା।

ଏହି ଅବସରରେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇ କହିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ପାଇଁ ପ୍ରଥମ କର୍ମନିଯୁକ୍ତିର ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଓ ଆନନ୍ଦଦାୟକ ହୋଇଥାଏ। ଆଜି ଆପଣମାନେ ଲୋକଙ୍କ ସେବାରେ ନିଯୁକ୍ତ ହେଉଛନ୍ତି । ଏହି ସେବା କେବଳ ଏକ କର୍ମନିଯୁକ୍ତି ନୁହେଁ, ଏହା ଆପଣମାନଙ୍କ ପାଇଁ ଏକ ଗୁରୁଦାୟିତ୍ୱ। ଗଣତନ୍ତ୍ରରେ ସରକାର ହେଉଛନ୍ତି ଲୋକଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ଜନସାଧାରଣଙ୍କ ସମସ୍ୟା ଓ ତା’ର ସମାଧାନ, ସରକାର ଓ ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାରଙ୍କ ଜନହିତକାରୀ ଯୋଜନାର ସୁଫଳ କିଭଳି ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ପହଞ୍ଚି ପାରିବ, ଏହାକୁ ନିଶ୍ଚିତ କରିବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାର ଯୋଜନା ଓ କାର୍ଯ୍ୟକ୍ରମ ତିଆରି କରିବେ। କିନ୍ତୁ ସେ ସବୁକୁ ପରିଚାଳନା ଓ କାର୍ଯ୍ୟକାରୀ କରିବା ଆପଣମାନଙ୍କ ଦାୟିତ୍ୱ। ଆପଣମାନଙ୍କ ନିଷ୍ଠା ଓ କର୍ମପ୍ରବଣତା ଯଦି ଜନ ସାଧାରଣଙ୍କ ମୁହଁରେ ହସ ଫୁଟାଇ ପାରିଲା, ତେବେ ତାହା ହିଁ ହେବ ଆପଣଙ୍କ ନିଯୁକ୍ତିର ଯଥାର୍ଥତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ, ପୂର୍ବ ସରକାର, ସରକାରୀ ଚାକିରୀରେ ପଦବୀ ପୂରଣ ଓ ଆତ୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଥିଲେ। ଆମ ନୂଆ ସରକାର ନିଷ୍ପତ୍ତି ନେଇଛନ୍ତି ଆଗାମୀ ୫ ବର୍ଷ ମଧ୍ୟରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ । ଆଜି ଏହାର ମୂଳଦୁଆ ପଡିଲା। ଏଣିକି ସବୁ ଚୟନ ପଦ୍ଧତି ମେରିଟ୍ ଆଧାରରେ ହେବ। ଏଥି ସହିତ ଶିଳ୍ପ କ୍ଷେତ୍ରରେ ୩.୫୦ ଲକ୍ଷ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆମେ ପଦକ୍ଷେପ ନେଉଛୁ ବୋଲି ସେ କହିଥିଲେ।

ନୂତନ ଭାବେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ କର୍ମ କ୍ଷେତ୍ରରେ କର୍ତ୍ତବ୍ୟପରାୟଣତା, ସମୟାନୁବର୍ତ୍ତିତା, ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେବା ସହିତ ଲୋକଙ୍କ ଅଭିଯୋଗ ଶୁଣାଣୀକୁ ପ୍ରାଥମିକତା ଦେଇ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ଆଜି ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ୮୨ ଜଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୩୯ ଜଣ, ଉଚ୍ଚଶିକ୍ଷା ବିଭାଗର ୨୪ ଜଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨୩୧ ଜଣ, ସୂଚନା ଓ ଲୋକସଂପର୍କ ବିଭାଗର ୫ ଜଣ, ଯୋଜନା ଓ ସଂଯୋଜନ ବିଭାଗର ୬୧ ଜଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ବିଭାଗର ୩୪ ଜଣ – ଏହିପରି ସର୍ବମୋଟ ୪୭୬ ଜଣ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ଅଛନ୍ତି । ତନ୍ମଧ୍ୟରେ ଗ୍ରୁପ-ଏ ବର୍ଗର ୯୮ ଜଣ ଅଧିକାରୀ, ଗ୍ରୁପ-ବି ବର୍ଗର ୧୩୦ ଜଣ ଅଧିକାରୀ ଏବଂ ଗ୍ରୁପ-ସି ବର୍ଗର ୨୪୮ ଜଣ କର୍ମଚାରୀ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି

ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର...

ଲାଞ୍ଚ ନେଉଥିଲେ ରାଜସ୍ବ ନିରୀକ୍ଷକ: ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ,୧୭।୯: ଓଡ଼ିଶା ଭିଜିଲାନ୍ସ ଗତ କିଛି ଦିନ ଧରି ଦୁର୍ନୀତିଗ୍ରସ୍ଥ ଅଧିକାରୀ ମାନଙ୍କ ଉପରେ ଚଢ଼ାଉ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଢେଙ୍କାନାଳ ସଦର...

ଆଜି ଆକାଊଣ୍ଟକୁ ଆସିନି ଟଙ୍କା, ପୁଣି ଦ୍ୱିତୀୟ ଥର କରିପାରିବେ କି ଆବେଦନ, ଜାଣି ନିଅନ୍ତୁ…

ଭୁବନେଶ୍ୱର,୧୭।୯: ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ...

ସୁଭଦ୍ରା ଯୋଜନାକୁ ନେଇ ମୋଦିଙ୍କୁ ଟାର୍ଗେଟ, ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀଙ୍କୁ…

ଭୁବନେଶ୍ୱର,୧୭।୯: ଓଡ଼ିଶାବାସୀଙ୍କ ପାଇଁ ବହୁ ପ୍ରତିକ୍ଷୀତ ଯୋଜନା ସୁଭଦ୍ରାର ଲୋକାର୍ପଣ ହୋଇଛି । ଆଉ ମହିଳାଙ୍କ ଆକାଉଣ୍ଟକୁ ପଠାଯାଇଛି ଟଙ୍କା । ତେବେ ଏହାକୁ ନେଇ...

ମୋଦିଙ୍କୁ ନେଇ ଷ୍ଟେଜରେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ମଙ୍ଗଳବାର ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି...

ଜନ୍ମ ଦିନରେ ମା’ ହିରାବେନଙ୍କୁ ମନେ ପକାଇଛନ୍ତି ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର...

ଜନତା ମଇଦାନରେ ଚାଲିଥିଲା କାର୍ଯ୍ୟକ୍ରମ, ଏପଟେ ହଠାତ୍‌ ଭୟଙ୍କର ଜାମ୍‌ ହୋଇଗଲା ଭୁବନେଶ୍ୱର

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଜନତା ମଇଦାନରେ ଅନୁଷ୍ଠିତ ହୋଇଛି। ମୋଦିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri