Categories: ଜାତୀୟ

ମୃତ ଆନ୍ଧ୍ରପ୍ରଦେଶ ଯାତ୍ରୀଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଜଗନ

ଅମରାବତୀ,୪ା୬: ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଆନ୍ଧ୍ରପ୍ରଦେଶ ଯାତ୍ରୀଙ୍କ ପରିବାର ସଦସ୍ୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡୀ ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟ ଉପରେ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହା କହିଥିଲେ। ସେହିପରି ଗୁରୁତର ଆହତଙ୍କୁ ୫ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଆର୍ଥତ୍କ ସହାୟତା ବାଦ୍‌ ଏହି ସହାୟତା ଯୋଗାଇ ଦିଆଯିବ ବୋଲି ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ କୁହାଯାଇଛି।

Share