ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା; ଦୁଗ୍ଧ ଉତ୍ପାଦନ ଦୁଇଗୁଣ କରିବା ଲକ୍ଷ୍ୟ

ଭୁବନେଶ୍ୱର,୨୬।୭: ପଶୁ ସମ୍ପଦ ଉତ୍ପାଦନ କୃଷକଙ୍କ ଜୀବନରେ ଖାଦ୍ୟ, ଆୟ ଓ ନିଯୁକ୍ତି ପ୍ରଦାନରେ ମୁଖ୍ୟ ଭୂମିକା ବହନ କରିଥାଏ। ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଏକ ନୂତନ ଅମ୍ବ୍ରେଲା ସ୍କିମ୍‌ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ଆରମ୍ଭ କରାଯିବ। ଏହା ଅଧୀନରେ ପ୍ରତିବର୍ଷ ୨,୦୦୦ ହିତାଧିକାରୀଙ୍କୁ ୨ଟି କ୍ରସ୍‌ବ୍ରିଡ୍‌ ଗାଈ ରଖିବା ପାଇଁ କ୍ଷୁଦ୍ର ଦୁଗ୍ଧ ୟୁନିଟ୍‌ ପ୍ରତିଷ୍ଠା କରାଯିବ। ଏଥିସହ ୨୦ ହଜାର ଦୁଗ୍ଧ ଚାଷୀଙ୍କୁ ରିହାତିରେ ବାଛୁରୀ ଖାଦ୍ୟ ଯୋଗାଇଦିଆଯିବ। ୧ ଲକ୍ଷ ଚାଷୀ ଦୁଧିଆଳୀ ଗାଈର ବୀମା ପାଇଁ ସହାୟତା ପାଇବେ। ଏସବୁକୁ ଦୃଷ୍ଟିରେ ରଖି ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ମୋଟ ଆବଣ୍ଟନ ୬୯୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଥିବା ମୁଖ୍ୟମନ୍ତ୍ରୀ ବଜେଟ ଅଭିଭାଷଣ ବେଳେ ସୂଚନା ଦେଇଛନ୍ତି।

ତେବେ ଓଡ଼ିଶାରେ ପ୍ରଥମ ଥର ପାଇଁ କ୍ଷମତାସୀନ ହୋଇଥିବା ଭାଜପା ସରକାର ଏହାକୁ ହୃଦୟଙ୍ଗମ କରି ନିଜ ପ୍ରଥମ ବଜେଟରେ ‘ସମୃଦ୍ଧ କୃଷକ ଯୋଜନା’ର ପରିକଳ୍ପନା କରିଛନ୍ତି। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ଗୁରୁବାର ବିଧାନସଭାରେ ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି କହିଛନ୍ତି, ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଉଦ୍ଦିଷ୍ଟ ୧୦ ସ୍ତମ୍ଭର ସର୍ବାଗ୍ରେ ରହିଛନ୍ତି ରାଜ୍ୟର ଅନ୍ନଦାତା (କୃଷକ)। ସେମାନଙ୍କ ସର୍ବାଙ୍ଗୀନ ଉନ୍ନତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପିତ ‘ଅମୃତ କାଳ’ର ସ୍ବପ୍ନ। କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ହେଉଛି ରାଜ୍ୟର ବୃହତ୍ତମ ନିଯୁକ୍ତି କ୍ଷେତ୍ର। କୃଷି କ୍ଷେତ୍ରରେ ରାଜ୍ୟର ମୋଟ ଶ୍ରମଶକ୍ତିର ୪୫.୮% ନିୟୋଜିତ ହୋଇଥିବାବେଳେ ଏହାର ଯୋଗଦାନ ଗ୍ରସ୍‌ ଷ୍ଟେଟ୍‌ ଭାଲ୍ୟୁ ଆଡେଡ୍‌ (ଜିଏସ୍‌ଭିଏ)ର ୨୨.୫%। ୨୦୨୩-୨୪ ଆର୍ଥିକବର୍ଷରେ କୃଷି କ୍ଷେତ୍ରକୁ ୨୪,୮୨୯ କୋଟି ଟଙ୍କା ଦିଆଯାଇଥିବାବେଳେ ୨୦୨୪-୨୫ ଆର୍ଥିକବର୍ଷର ବଜେଟରେ ଏଥିରେ ୩୬% ବୃଦ୍ଧିକରି ୩୩,୯୧୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

ଜାତୀୟସ୍ତରରେ ଓଡ଼ିଶା ଚତୁର୍ଥ ବୃହତ୍‌ ଧାନ ଯୋଗାଣକାରୀ ରାଜ୍ୟ। ଏହି ଯୋଜନାରେ ଚାଷୀଙ୍କଠାରୁ ଉଚିତ ମୂଲ୍ୟରେ ଧାନ କୁଇଣ୍ଟାଲ ପିଛା ୩,୧୦୦ ଟଙ୍କାରେ କିଣାଯିବ, ଯାହାକି ବର୍ତ୍ତମାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି)ଠାରୁ ୮୦୦ ଟଙ୍କା ଅଧିକ। ମଣ୍ଡିରେ କଟନି ଛଟନି ବ୍ୟବସ୍ଥାକୁ ରୋକାଯିବା ସହ ଧାନ କ୍ରୟ ବ୍ୟବସ୍ଥାର ସରଳୀକରଣ କରାଯିବ। ଡିବିଟି ମୋଡ୍‌ ପାଇଁ ପଞ୍ଜୀକୃତ କୃଷକମାନେ ବିକ୍ରୟର ୪୮ ଘଣ୍ଟା ମଧ୍ୟରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଟଙ୍କା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ବିଧାନସଭାକୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri