ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସମ୍ପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ।

ସୂଚନାଯୋଗ୍ୟ, ଗତ କିଛି ବର୍ଷ ମଧ୍ୟରେ ସାରା ଦେଶ ଓ ରାଜ୍ୟରେ ସାଇବର ଅପରାଧର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ସଚେତନତା ଓ ସତର୍କତା ଏହାକୁ ରୋକିବାର ଏକ ପ୍ରମୁଖ ଉପାୟ । ତେଣୁ ସାରା ରାଜ୍ୟରେ ସବୁ ସ୍ତରରେ ଏ ସମ୍ପର୍କରେ ସଚେତନତା ଆଣିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ଆହ୍ବାନ ଦେଇଛନ୍ତି।

ଏହି ଅବସରରେ ରାଜ୍ୟଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବରର ଦୁଇ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଡିଜିପି ସୁନୀଲ କୁମାର ବଂଶଲ ପ୍ରମୁଖ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Share