ମେକ ଇନ ଓଡ଼ିଶା କନକ୍ଲେଭରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟରେ ମହିଳାଙ୍କ ପାଇଁ ହେବ…

ଭୁବନେଶ୍ୱର, ୨୯।୧: ଉତ୍କର୍ଷ ଓ ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ବୁଧବାର ହେଉଛି ଦ୍ବିତୀୟ ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ରାଜ୍ୟରେ ଗୋଟିଏ ସ୍ୱତନ୍ତ୍ର ମହିଳା ଶିଳ୍ପ ପାର୍କ ଏବଂ ଇପିକଲରେ ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବୁଧବାର ଉତ୍କର୍ଷ ଓଡ଼ିଶା – ମେକ୍‌ ଇନ୍‌ ଓଡ଼ିଶା ସମ୍ମିଳନୀ ୨୦୨୫ର ଦ୍ୱିତୀୟ ଦିବସରେ ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି । ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ବିଶ୍ୱବିଦ୍ୟାଳୟ ଏବଂ ବ୍ୟବସାୟିକ ବିଦ୍ୟାଳୟ ସହିତ ସହଯୋଗ କରି ଶିକ୍ଷାଗତ ଏବଂ ବ୍ୟବହାରିକ ବ୍ୟବସାୟ ଅଭିଜ୍ଞତା ପ୍ରଦାନ କରୁଥିବା ଛାତ୍ରବୃତ୍ତି, ଇଣ୍ଟର୍ନସିପ୍‌ ଏବଂ ନେତୃତ୍ୱ କାର୍ଯ୍ୟକ୍ରମ ପ୍ରଦାନ କରାଯିବ ।

ରାଜ୍ୟ ସରକାର ଏକ ଜେଣ୍ଡର-ବଜେଟିଂ ପ୍ରସ୍ତୁତ କରୁଛନ୍ତି । ଚଳିତ ବଜେଟରେ, ରାଜ୍ୟର ମୋଟ ବଜେଟ ବ୍ୟବସ୍ଥା ମଧ୍ୟରୁ ୭୫ ହଜାର ୬୨୩ କୋଟି ଟଙ୍କା ଅର୍ଥାତ ମୋଟ ବଜେଟ୍‌ ଖର୍ଚ୍ଚର ୨୮.୫ ପ୍ରତିଶତ କେବଳ ରାଜ୍ୟର ମହିଳାମାନଙ୍କ ପାଇଁ ଖର୍ଚ୍ଚ କରିବା ପାଇଁ ସ୍ଥିର ହୋଇଛି ।

ଓଡ଼ିଶାର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ କାର୍ଯ୍ୟକ୍ରମ । ଏହା ସେମାନଙ୍କୁ କ୍ଷୁଦ୍ର ବ୍ୟବସାୟ ଆରମ୍ଭ କରିବାରେ ସାହାଯ୍ୟ କରିବା ପାଇଁ ଆବଶ୍ୟକୀୟ ପାଣ୍ଠି ସୁବିଧା ଯୋଗାଇଦେବ ।

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନରେ ମହିଳାମାନଙ୍କ ଯୋଗଦାନକୁ ସୁନିଶ୍ଚିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ମହିଳା ଉଦ୍ୟୋଗୀଙ୍କ ଅର୍ଥନୈତିକ ନେତୃତ୍ୱରେ ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାରତ ତଥା ବିଦେଶ ର ପ୍ରମୁଖ ମହିଳା ଉଦ୍ୟୋଗୀ ଡାଏନା ପିଚୋ, ଧରିତ୍ରୀ ପଟ୍ଟନାୟକ, ସ୍ୱିକୃତି ପଟ୍ଟନାୟକ, ସ୍ମିତା ଅଗ୍ରୱାଲ, ପ୍ରୀତି ବଜାଜ୍‌ ପ୍ରମୁଖଙ୍କ ସଂଘର୍ଷ ଓ ସଫଳତାର କାହାଣୀ ଶୁଣି ଭୂୟସୀ ପ୍ରଶଂସା କରିଥିଲେ । ଓଡ଼ିଶାକୁ ଶିଳ୍ପସମୃଦ୍ଧ ରାଜ୍ୟ ରୂପେ ଗଢ଼ିବା ପାଇଁ ମହିଳା ଉଦ୍ୟୋଗୀମାନଙ୍କର ପ୍ରମୁଖ ଯୋଗଦାନ ରହିବ ଏବଂ ସେଥି ପାଇଁ ଆବଶ୍ୟକୀୟ ପଦକ୍ଷେପ ସରକାର ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରାରମ୍ଭିକ ବକ୍ତବ୍ୟ ରଖି ସମସ୍ତ ମହିଳା ଉଦ୍ୟୋଗୀମାନଙ୍କୁ ସ୍ୱାଗତ ଜଣାଇଥିଲେ । ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶା କିଭଳି ଭାବରେ ଏକ ସର୍ବୋତ୍କୃଷ୍ଟ ରାଜ୍ୟ ଏବଂ ଏଥି ପାଇଁ ରାଜ୍ୟ ସରକାର ଗ୍ରହଣ କରୁଥିବା ସମସ୍ତ ପଦକ୍ଷେପ ବିଷୟରେ ସେ ଆଲୋଚନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri