ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍‌ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ ଶାହାଙ୍କୁ ଭେଟିଛନ୍ତି। ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଯାଇ ମୁଖ୍ୟମନ୍ତ୍ରୀ ଏହି ସାକ୍ଷାତ କରିଛନ୍ତି। ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ ନେଇ ୧୩ କମ୍ପାନୀ ସହ ମୁଖ୍ୟମନ୍ତ୍ରୀ ଚୁକ୍ତି ସ୍ବାକ୍ଷର କରିଛନ୍ତି। ବିଭିନ୍ନ କମ୍ପାନୀ ସହ ହୋଇଥିବା ଏହି ଚୁକ୍ତି ୧,୦୩,୦୯୦ କୋଟି ଟଙ୍କାର ପୁଞ୍ଜି ଆକର୍ଷିତ କରିଥିବାବେଳେ ୯୫,୯୧୫ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି।
ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ ଅବସରରେ ଆୟୋଜିତ ଚୁକ୍ତି ସ୍ବାକ୍ଷର ସମାରୋହରେ ମୁଖ୍ୟମନ୍ତ୍ରୀ ଶିଳ୍ପନେତୃତ୍ୱଙ୍କୁ ସମ୍ବୋଧିତ କରି କହିଛନ୍ତି, ଶିଳ୍ପକ୍ଷେତ୍ରରେ ଅଗ୍ରଗତି ପାଇଁ ଓଡ଼ିଶା ପ୍ରସ୍ତୁତ ଅଛି। ରାଜ୍ୟର ଉଜ୍ଜ୍ୱଳ ଭବିଷ୍ୟତ ସକାଶେ ନିବେଶ କରିବା ପାଇଁ ଏହା ହିଁ ପ୍ରକୃଷ୍ଟ ସମୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ଏହି ଅବସରରେ ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌(ଆଇଓସିଏଲ), ପେଟ୍ରୋନେଟ୍‌ ଏଲ୍‌ଏନ୍‌ଜି, ଇଣ୍ଡିଆନ୍‌ ଷ୍ଟ୍ରାଟେଜିକ୍‌ ପେଟ୍ରୋକେମିକାଲ ରିଜର୍ଭସ୍‌ ଲିମିଟେଡ୍‌ ଏବଂ ଅନ୍ୟାନ୍ୟ କମ୍ପାନୀ ସହ ନିବେଶ ସଂକ୍ରାନ୍ତ ଆଲୋଚନା
ପରେ ପୁଞ୍ଜିନିବେଶ ନେଇ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆଇଓସିଏଲ୍‌ ସହ ଚୁକ୍ତି ଅନୁଯାୟୀ ୫୮,୦୪୨ କୋଟି ଟଙ୍କାର ପୁଞ୍ଜି ନିବେଶ ଦ୍ୱାରା ପାରାଦୀପରେ ଡୁଆଲ୍‌ ଫିଡ୍‌ ନାପଥା କ୍ରାକର ଏବଂ ଡାଉନ୍‌ଷ୍ଟ୍ରମିମ୍‌ ୟୁନିଟ୍‌ ସ୍ଥାପନ ପୂର୍ବକ ଶିଳ୍ପ ଅଭିବୃଦ୍ଧିରେ ସହାୟକ ହେବ। ଏହି ପ୍ରକଳ୍ପ ୨୪ ହଜାର ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବ। ପୂର୍ବୋଦୟ ଯୋଜନା ଅଧୀନରେ ପୂର୍ବଭାରତ ବିଶେଷକରି ଓଡ଼ିଶାରେ ଥିବା ଶିଳ୍ପ ସମ୍ଭାବନାକୁ ନୂଆ ରୂପ ଦେବାରେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସହାୟକ ହେବ ବୋଲି ଆଶା କରାଯାଉଛି। ଏଥିସହ ରାଜ୍ୟରେ କେମିକାଲ, ପେଟ୍ରୋକେମିକାଲ ଓ ଖାଦ୍ୟ ଶିଳ୍ପ ସୁଦୃଢ଼ୀକରଣ ଆଶା ଉଜ୍ଜୀବିତ ହୋଇଛି। ସେହିପରି କିରି ଇଣ୍ଡଷ୍ଟ୍ରିଜ୍‌ ପାରାଦୀପରେ ସ୍ବତନ୍ତ୍ର କେମିକାଲ ୟୁନିଟ୍‌ ସ୍ଥାପନ କରିବାକୁ ଥିବାବେଳେ ଏସ୍‌ଏଲ୍‌ଏମ୍‌ଜି ବେଭେରେଜ୍‌ସ ପ୍ରାଇଭେଟ ଲିମିଟେଡ୍‌ ରାଜ୍ୟରେ ବେଭେରେଜ ମ୍ୟାନୁଫାକ୍ଚରିଂ ୟୁନିଟ୍‌ ସ୍ଥାପନ ପାଇଁ ଆଗ୍ରହ ପ୍ରକାଶ କରିଛି। ଏହାବ୍ୟତୀତ ଜଳଜାହାଜ ନିର୍ମାଣ ଓ ମରାମତି ସୁବିଧା ଓଡ଼ିଶାରେ ଉପଲବ୍ଧ କରାଇବା ପାଇଁ ଚୌଗୁଲେ ଗ୍ରୁପ୍‌ ପ୍ରସ୍ତୁତ ଅଛି। ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟରେ ହିମାଦ୍ରି ସ୍ପେଶିଆଲିଟି ବାଲେଶ୍ୱରରେ ଟାୟାର ମ୍ୟାନୁଫାକ୍‌ଚରିଂ ୟୁନିଟ୍‌ ସ୍ଥାପନ କରିବ। ଆଇନକ୍ସ ଜିଏଫ୍‌ଏଲ୍‌ କେମିକାଲ ୟୁନିଟ୍‌ ଏବଂ ବମ୍ବେ ଡାଇଙ୍ଗ ମ୍ୟାନୁଫାକ୍ଚରିଂ କୋ. ଲିମିଟେଡ୍‌ ଟେକ୍ସଟାଇଲ କ୍ଷେତ୍ରରେ ପୁଞ୍ଜି ନିବେଶ କରିବ। ଏହାବ୍ୟତୀତ ଆସୋସିଏଶନ ଅଫ୍‌ ଇଣ୍ଡିଆନ ମାନ୍ୟୁଫାକ୍ଚର୍ସ ଅଫ୍‌ ମେଡିକାଲ ଡିଭାଇସେସ୍‌ (ଏଆଇଏମ୍‌ଇଡି), ଟଏ ଆସୋସିଏଶନ ଅଫ୍‌ ଇଣ୍ଡିଆ, ୟୁନାଇଟେଡ୍‌ ଷ୍ଟେଟ୍‌ସ ଇଣ୍ଡିଆ ବିଜନେଶ୍‌ କାଉନସିଲ୍‌ ଏବଂ ଅନ୍ୟାନ୍ୟ କମ୍ପାନୀ ସହ ଆଲୋଚନା ଫଳପ୍ରଦ ହୋଇଛି। ଏହା ରାଜ୍ୟରେ ଶିଳ୍ପ ଭିତ୍ତିଭୂମି ବିକାଶ କରିବା ସହ ଅର୍ଥନୀତି ଅଭିବୃଦ୍ଧିକୁ ନୂଆରୂପ ଦେବ। ସେହିପରି ବିପୁଳ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଦକ୍ଷତା ବୃଦ୍ଧିରେ ମଧ୍ୟ ସହାୟକ ହେବ। କେମିକାଲ, ପେଟ୍ରୋକେମିକାଲ, ବସ୍ତ୍ର ଓ ଅନ୍ୟାନ୍ୟ କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ସ୍ଥାପନ କରି ଜାତୀୟ ଓ ଅର୍ନ୍ତଜାତୀୟ ସ୍ତରରେ ରପ୍ତାନି ବୃଦ୍ଧି କରିବ।
ଚୁକ୍ତି ସ୍ବାକ୍ଷର ସମାରୋହରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ବାଗତ ଅଭିଭାଷଣ ଦେଇଥିବାବେଳେ ଆଇଓସିଏଲ୍‌ ଚେୟାରମ୍ୟାନ ଏ. ଏସ୍‌. ସାହାଣୀ ମତ ରଖିଥିଲେ। ଶିଳ୍ପ ଏବଂ ଏମ୍‌ଏସ୍‌ଏମ୍‌ଇ ଅତିରିକ୍ତ ଶାସନ ସଚିବ ହେମନ୍ତ ଶର୍ମା ଭିଡିଓ ମାଧ୍ୟମରେ ତଥ୍ୟ ଉପସ୍ଥାପନ କରିଥିଲେ। ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ହରଦୀପ ସିଂହ ପୁରୀ ପ୍ରମୁଖ ରାଜ୍ୟରେ ଶିଳ୍ପ ସମ୍ଭାବନା ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri