ଜଗନ୍ନାଥଙ୍କ ଭଜନ ଗାଉ ଗାଉ ଟଳିପଡ଼ିଲେ ଅତିରିକ୍ତ ଜିଲାପାଳ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୭: ଗଜପତି ଜିଲା ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତଃ ଦାସ ଜଣେ ନିଷ୍ଠାପର, ଦାୟିତ୍ୱ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

ସୂଚନାଯୋଗ୍ୟ, ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସରିବା ପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।  କିଛି ସମୟ ପାଇଁ ମନୋରଞ୍ଜନ କରିବାକୁ ଗୀତ କାର୍ଯ୍ୟକ୍ରମ ହୋଇଥିଲା। ଯେଉଁଥିରେ ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର ଗୀତ ଗାଇଥିଲେ। ହେଲେ ହଠାତ୍‌ ଅଘଟଣ ଘଟିଥିଲା । ଗୀତ ଗାଉଥିବାବେଳେ ମଞ୍ଚରେ ଟଳି ପଡିଥିଲେ ବୀରେନ୍ଦ୍ର । ତୁରନ୍ତ ତାଙ୍କୁ ବ୍ରହ୍ମପୁର ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Share