ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ, ସଚିବଙ୍କୁ ଦେଲେ ଏହି ଗରୁମନ୍ତ୍ର

ଭୁବନେଶ୍ୱର,୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସଚିବମାନଙ୍କୁ ଡାକି ନିଜ ସରକାରର ଆଭିମୁଖ୍ୟ ଜଣାଇଛନ୍ତି। ତାଙ୍କ ଦଳ ଦେଇଥିବା ୨୧ଟି ଯାକ ନିର୍ବାଚନୀ ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ ନିମନ୍ତେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସରକାର ଲୋକମାନଙ୍କ ପାଖରେ ୨୪ ଘଣ୍ଟା ଉତ୍ତରଦାୟୀ। ଆଉ ୧୨ ବର୍ଷ ମଧ୍ୟରେ ସ୍ବତନ୍ତ୍ର ଓଡ଼ିଶାର ୧୦୦ ବର୍ଷ ପୂରଣ ହେବାକୁ ଯାଉଛି । ୨୦୪୭ରେ ମଧ୍ୟ ଦେଶର ସ୍ବାଧୀନତାର ୧୦୦ ବର୍ଷ ପୂରଣ ହେବ। ତେଣୁ ଏହାକୁ ଦୃଷ୍ଟିରେ ରଖି ଆମକୁ ଓଡି଼ଶା ପାଇଁ ଏକ ଭିଜନ-୨୦୩୬ ପ୍ରସ୍ତୁତ କରିବାକୁ ହେବ। ଗତ ୨୪ବର୍ଷ ମଧ୍ୟରେ ଯାହା ହୋଇପାରି ନାହିଁ, ତାକୁ ଏହି ୫ ବର୍ଷରେ କରିବାକୁ ପଡି଼ବ।