ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୭।୬: ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ରାଜ୍ୟରେ BJP ସରକାର ଶପଥ ନେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତକାର କରିବେ । ଏଥିସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅମିତ ଶାହାଙ୍କୁ ମଧ୍ୟ ଭେଟିବେ।