କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୨୦।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ ସ୍ଥାନୀୟ ଅଡିଟରୟମକୁ ଯାଇ ଲାଇଭ ସେଭର୍ସ ଗ୍ରୁପର ତୃତୀୟ ବାର୍ଷିକ ସମ୍ମିଳନୀରେ ଯୋଗ ଦେଇଛନ୍ତି। ତାଙ୍କୁ ଭାଜପାର ବିଧାୟକ, କର୍ମୀ ଓ ନେତା ତଥା ଅନ୍ୟ ବିଶିଷ୍ଟ ବ୍ୟକ୍ତି ମାନେ ଏୟାରଷ୍ଟ୍ରିପରେ ଭବ୍ୟ ସ୍ବାଗତ ଜଣାଇ ଏକ ବିରାଟ ରାଲିରେ ଅଡିଟରିୟମକୁ ପାଛୋଟି ଆଣିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରାସ୍ତା ତଥା ସଭାସ୍ଥଳୀ ନିକଟରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସ୍ଥାନୀୟ ସର୍କିଟ ହାଉସରେ ମଧ୍ୟାହ୍ନ ଭୋଜନ ପରେ ନିଜ ଗ୍ରାମ ରାଇକଳାକୁ ଯାଇ ଫୁଟବଲ ଖେଳ କାର୍ଯ୍ୟକ୍ରମରେ ସାମିଲ ହେବେ ଓ ସେଠାରୁ ନିଜ ଗ୍ରାମ ବୁଲି କେନ୍ଦୁଝରକୁ ଆସି ସ୍ଥାନୀୟ କାସଭି ହୋଟେଲରେ ଜିଲାର ଏମ୍‌ପି ଓ ବିଧାୟକଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ କେନ୍ଦୁଝରରେ ରାତ୍ରି ଯାପନ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ମୋଦିଙ୍କ ଆପ୍ରୁଭାଲ୍‌ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ, ମୋଦି ବିଶ୍ୱର ସବୁଠାରୁ…

ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ଚୋରା ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ଚୋରା ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା...

ଅସହ୍ୟ ହେଉଛି ତାତି: ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର,୨୨।୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ...

ମିଶନ ଶକ୍ତି ପୁନର୍ଗଠନ ବିଜ୍ଞପ୍ତିରେ ଲାଗିଲା ରୋକ

ପାଟଣା, ୨୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କାର୍ଯ୍ୟରତ ମହିଳାମାନେ ସରକାରଙ୍କ ଜାନୁୟାରୀ ୨୨ର ବିଜ୍ଞପ୍ତି ବିରୋଧରେ ହାଇକୋର୍ଟର ଦ୍ବାରସ୍ଥ...

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image