ନବୀନଙ୍କୁ କଡ଼ା ସମାଲୋଚନା କରି ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି,ଓଡ଼ିଆ କଷ୍ଟ ପାଇଲେ ସରକାର ବଦଳାଇବେ। ଭୋଟ ପାଇଁ ହୀନ ଚକ୍ରାନ୍ତରେ ନବୀନ ନିଜେ ଫସିଗଲେ। ନବୀନଙ୍କ ୨୪ ବର୍ଷର ଶାସନ ରାଜ୍ୟକୁ ବିକାଶ ବଦଳରେ ଧ୍ବଂସ କରିଦେଲା।

ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ନିର୍ବାଚନ ହାରିବା ପରେ ବିଜେଡିରେ ବିଦ୍ରୋହ ମୁଣ୍ଡ ଟେକୁଛି । ବିଜେଡି ନେତା ଖୋଲାଖୋଲି ଦଳର ଭିତିରି କଥା ପଦାକୁ ଆଣିଛନ୍ତି। ନିକଟରେ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଦଳର ପରାଜୟ ଉପରେ ଖୋଲାଖୋଲି ନିଜ ମନ୍ତବ୍ୟ ରଖିଛନ୍ତି।

ସେ କହିଛନ୍ତି, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ନ ବୁଲିବା କାରଣରୁ ବିଜେଡିର ପରାଜୟବରଣ କରିଛି। ବିଜେଡିର ସବୁ ସ୍ଥାନରେ ଭୋଟ ଅଛି, କିନ୍ତୁ ନବୀନ ବୁଲିଲେନି। ନବୀନ ସମୟ ଦେଇ ନ ପାରିବାରୁ କିଛି ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା। ସେ ଆଉଥରେ ବୁଲିଲେ ସଂଗଠନ ଫେରିଆସିବ ବୋଲି ଆଶା ରହିଛି।

ଏହାପୂର୍ବରୁ ବିଜେଡି ନେତା ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ସୂଚନାଯୋଗ୍ୟ,ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ ବିଜେଡି କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶଙ୍ଖଭବନରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ସାଂଗଠନିକ ଜିଲାର କର୍ମକର୍ତ୍ତା ଓ ନେତାଙ୍କୁ ଡାକି ସମୀକ୍ଷା କରୁଥିବା ନବୀନଙ୍କୁ ଦଳ ପରାଜୟର କାରଣ ନେତାମାନେ ଅବଗତ କରୁଥିବା ଦେଖିବାକୁ ମିଳିଛି। ଆଦିବାସୀ ନେତା ପ୍ରଦୀପ ମାଝୀ ସମୀକ୍ଷା ବୈଠକରେ ଦଳ ପରାଜୟର ଯେଉଁ ସବୁ କାରଣ ନବୀନଙ୍କୁ ଅବଗତ କରାଇଛନ୍ତି ତାହାକୁ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…

ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ।...

ଭରତପୁର ଥାନା ମାମଲା: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ୍‌

ଭୁବନେଶ୍ୱର,୨୫ା୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍‌ ହେବ। ପଲିଗ୍ରାଫ୍‌ ଟେଷ୍ଟ୍‌ ପାଇଁ କ୍ରାଇମବ୍ରାଞ୍ଚକୁ...

ସମ୍ବଲପୁରୀ ଗାୟିକା ରୁକ୍‌ସାନାଙ୍କ କବର ଖୋଳିବାକୁ ଦେଲେନି ପରିବାର ଲୋକେ, ଫେରିଆସିଲେ ମାଜିଷ୍ଟ୍ରେଟ୍‌-ପୋଲିସ

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୯ ତାରିଖ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହିଦିନ ଆକାଉଣ୍ଟକୁ ଯିବ ବଳକା ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି। କିଛି ସମୟ ପୂର୍ବରୁ ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ ଦେଇଛନ୍ତି...

ବିଜେଡି ସମ୍ପର୍କରେ ବହୁ ଭାଜପା ନେତା, ଭାଜପା ଶିବିରରେ ଚହଳ, ଦେବୀ ମିଶ୍ର କହିଲେ…

ଭୁବନେଶ୍ୱର,୨୫।୯: ଭାରତୀୟ ଜନତା ପାର୍ଟି ନା ବିଜୁ ଜନତା ଦଳ କିଏ କରିବ ହଲଚଲ। ଏନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ଦଳର ବଡ଼ ବଡ଼ ନେତା।...

ଗୁରୁବାର ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୨୫।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର  ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।...

ନବୀନଙ୍କ ନୂଆ ମାଷ୍ଟରପ୍ଲାନ! ପ୍ରତି ଜିଲାରେ ହେବ…

ଭୁବନେଶ୍ୱର,୨୫।୯: ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଅଧ୍ୟକ୍ଷତା କରିବେ ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି...

ଆସୁଛି ବଡ଼ ବର୍ଷା, ୧୦ ଜିଲାକୁ ଆଲର୍ଟ…

ଭୁବନେଶ୍ୱର,୨୫।୯: ଆସୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri