ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ, ୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ

ଭୁବନେଶ୍ୱର,୬।୩: ବଦଳିଲା ମୋହନଙ୍କ ଠିକଣା। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ରହିବେ ମୁଖ୍ୟମନ୍ତ୍ରୀ। ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି।

୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ। ପୂର୍ବରୁ ମୋହନ ମାଝୀ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ। ନୂଆ ବାସଭବନକୁ ସପରିବାର ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶୁଭବେଳା ଅନୁସାରେ ପ୍ରଥମେ ନନ୍ଦା ଏବଂ ନନ୍ଦିନୀ ନାମକ ଦୁଇ ଗୋମାତାଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ୧୦ଟା ୪୭ରେ ମୁଖ୍ୟମନ୍ତ୍ରୀ ଘର ଭିତରକୁ ପ୍ରବେଶ କରିଛନ୍ତି। ପୁରୀରୁ ଆସିଥିବା ୧୧ ଜଣ ପଣ୍ଡିତଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇଛି। ଦିନ ତମାମ ପୂଜାର୍ଚ୍ଚନା ଚାଲିବ। ଏହି ଦୁଇଟି ଗାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ସବୁଦିନ ରହିବେ।

ସୂଚନାନୁଯାୟୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଗିରିଧାରୀ ଗମାଙ୍ଗଙ୍କ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୃତୀୟ ବ୍ୟକ୍ତି ଭାବେ ସିଏମ୍ କ୍ଵାର୍ଟରରେ ରହିବେ। ଦୀର୍ଘ ୨୬ ବର୍ଷ ହେଲା ଏହି ସରକାରୀ ବାସଭବନ ଖାଲି ପଡ଼ିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ରହୁଥିଲେ। ଏହି ବାସଭବନ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଥିଲା। ତେବେ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ଏଠାରେ ରହିବାକୁ ନିଷ୍ପତ୍ତି ନେଇଥିଲେ। ଏହାପରେ ସିଏମ୍ କ୍ଵାର୍ଟରର ମରାମତି କାମ ଆରମ୍ଭ ହୋଇଥିଲା। ଦୀର୍ଘ ୮ ମାସ ଧରି ମରାମତି କାର୍ଯ୍ୟ ଚାଲିଥିଲା। ମରାମତି କାର୍ଯ୍ୟ ଶେଷ ହେବାପରେ ଆଜି ରୀତିନୀତି ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ଗୃହ ପ୍ରବେଶ ହୋଇଛି। ସିଏମ୍‌ଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଠାରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଗକୁ ଏହିଠାରୁ ମୋହନ ମାଝୀ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri