ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୨।୯: ଆଜି ଅପରାହ୍ନରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯିବେ।

ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଲୋକେ ପାଣି ଘେରରେ ଅଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସଆରସିଙ୍କ ସମେତ ଦୁଇ ଜିଲାର ଜିଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ପାଇଁ ରାଜସ୍ବ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ।

ବର୍ଷାଜନିତ ସମସ୍ୟା ପାଇଁ ଏନଡିଆରଏଫ ଟିମ ୪ ଜିଲା ଗସ୍ତ କରିଥିଲେ। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, କଟକ, ନୟାଗଡ଼। ଏହି ଚାରି ଜିଲାକୁ ଗୋଟିଏ ଲେଖାଏ ଏନଡିଆରଏଫ ଟିମ ଯାଇଥିଲେ। ପୂର୍ବରୁ ବନ୍ୟା ପ୍ରଭାବିତ ମାଲକାନଗିରି ଯାଇଥିଲେ ଏନଡିଆରଏଫ ଟିମ ।

Share