ପୋଲାଭରମ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନୀରବତା ସମସ୍ତଙ୍କୁ କରିଛି ଆଶ୍ଚର୍ଯ୍ୟ: ପ୍ରଦୀପ

ଭୁବନେଶ୍ୱର,୩୦।୭(ଅନିଲଦାସ):ଓଡ଼ିଶା ସ୍ବାର୍ଥର ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ଭାଜପା ସରକାର ନିକଟରେ ଶେଷ ହୋଇଥିବା ନୀତି ଆୟୋଗ ବୈଠକରେ ପୋଲାଭରମ୍‌ ପ୍ରସଙ୍ଗ ନ ଉଠାଇବା ସମସ୍ତ ଓଡ଼ିଆଙ୍କୁ ବ୍ୟଥିତ କରିଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୀରବତା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ବୋଲି ବିଜେଡି ମୁଖପାତ୍ର ପ୍ରଦୀପ ମାଝୀ କହିଛନ୍ତି। ସୋମବାର ଶଙ୍ଖଭବନଠାରେ ଅନୁଷ୍ଠିତ ଏକ ଖବରଦତା ସମ୍ମିଳନୀରେ ସେ କହିଛନ୍ତି, ପୋଲାଭରମ୍‌ ପ୍ରକଳ୍ପକୁ ଦୀର୍ଘବର୍ଷ ହେଲା ଓଡ଼ିଶା ବିରୋଧ କରି ଆସୁଛି ା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଛତିଶଗଡ଼ ସମେତ ମାଲକାନଗିରି ଜିଲାର ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ଜୀବନଜୀବିକା ପ୍ରଭାବିତ ହେବ। କିନ୍ତୁ ବିଡ଼ମ୍ବନାର ବିଷୟ ରାଜ୍ୟ ସରକାର ଏହି ବାବଦରେ ସମ୍ପୂର୍ଣ୍ଣ ଚୁପ୍‌ ରହିଛନ୍ତି ା ସୁପ୍ରିମକୋର୍ଟରେ ପୋଲାଭରମ୍‌ ମାମଲା ବିଚାରାଧୀନ ଥିବା ସମୟରେ ଚଳିତ ବଜେଟରେ ଏକତରଫା ଭାବେ ଏହି ପ୍ରକଳ୍ପ ପାଇଁ କେନ୍ଦ୍ରର ଭାଜପା ସରକାର ଅର୍ଥ ମଞ୍ଜୁର କରିବା ଦୁର୍ଭାଗ୍ୟଜନକ। ଏଥିସହିତ ନିକଟରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲ ୨୦୨୬ ମାର୍ଚ୍ଚ ସୁଦ୍ଧା ପୋଲାଭରମ୍‌ ପ୍ରକଳ୍ପର କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ ବୋଲି କହିଛନ୍ତି ା
ପ୍ରକଳ୍ପ ହେବା ଦ୍ୱାରା ଆଦିବାସୀଙ୍କ ସ୍ବାର୍ଥହାନି ହେଉଥିଲା ବେଳେ ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ହୋଇ ମଧ୍ୟ ଚୁପ୍‌ ରହିବା ଦୁର୍ଭାଗ୍ୟଜନକ ା ତୁରନ୍ତ ଏ ପ୍ରସଙ୍ଗରେ ହସ୍ତକ୍ଷେପ କରି ମୁଖ୍ୟମନ୍ତ୍ରୀ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ପ୍ରଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri