ଭୁବନେଶ୍ୱର,୩।୨(ବ୍ୟୁରୋ): ଗଞ୍ଜାମ ଜିଲା ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡା. ଉଦୟ ନାରାୟଣ ସିଂହଦେଓଙ୍କ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କର ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) February 3, 2022
ପ୍ରକାଶ ଯେ, ଉଦୟ ନାରାୟଣ ସାନଖେମୁଣ୍ଡିର ରାଜାସାହେବ ଥିଲେ। ବୁଧବାର ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ ନିର୍ବାଚନମଣ୍ଡଳୀରୁ ଥରୁଟିଏ ବିଧାୟକ ହୋଇଥିଲେ। ପକ୍ଷୀ ବିଷାରଦ ଭାବେ ସେ ସମଗ୍ର ବିଶ୍ୱରେ ସୁନାମ ଅର୍ଜନ କରିଛନ୍ତି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।