ଭୁବନେଶ୍ୱର,୧୧।୨(ଅସମାପିକା ସାହୁ): ବିଶିଷ୍ଟ ସାହିତି୍ୟକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ସାତକଡି ହୋତାଙ୍କ ପରଲୋକରେରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଜଣେ ପ୍ରତିଷ୍ଠିତ ତଥା ଖ୍ୟାତିସମ୍ପନ୍ନ ସାହିତି୍ୟକ ଭାବେ ସାତକାଡି ହୋତାଙ୍କ ସୁନାମ ରହିଥିଲା । ଅନେକ ଉଚ୍ଚକୋଟୀର ଗଳ୍ପ, ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ୟ ରଚନା ମାଧ୍ୟମରେ ଓଡିଆ ସାହିତ୍ୟ ଜଗତରେ ସେ ତାଙ୍କର ଅମଳିନ ସ୍ମୃତି ଛାଡି ଯାଇଛନ୍ତି । ଏଥି ସହିତ ଜଣେ ଦକ୍ଷ ସଂଗଠକ ଓ ସାମ୍ବାଦିକ ଭାବରେ ମଧ୍ୟ ତାଙ୍କର ସୁନାମ ରହିଥିଲା ।
ସ୍ବର୍ଗତ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସର୍ଗତ ହୋତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।