ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ ଫୁଟବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାରୁ ବିଶ୍ୱସ୍ତରୀୟ ଫୁଟବଲ କ୍ରୀଡ଼ାବିତ ସୃଷ୍ଟି କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି’।

Share